ନବ ଦାସଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ନବଦାସଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଲେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । କହିଲେ ପୂର୍ବରୁ ବିରୋଧୀ ଦଳ ନେତା ମଧ୍ୟ କହିଥିଲେ, ବିଜେଡି ସେହି କଥାକୁ ଅଫିସିଆଲି ସ୍ୱୀକାର କରିଛି । ମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ବିଜେଡି ନେତାଙ୍କ ନାଁ ରହିଛି । ବିଜେଡି ମଧ୍ୟ ଅଫିସିଆଲି ପ୍ରମାଣ କରିଛି ଯେ ସେହି ନେତାଙ୍କର ସମ୍ପୃକ୍ତି ଅଛି ।

ଯେଉଁଥିପାଇଁ ଝାରସୁଗୁଡାରେ ନବଙ୍କ ସମର୍ଥକ ତଥା ବିଜେଡି ଲୋକଙ୍କର କ୍ରୋଧ ଅଛି । କେମିତି ସେଥିରୁ ବଞ୍ଚିବେ ବିଜେଡି ଚେଷ୍ଟା କରୁଛି । ତେଣୁ ଜାଣିଶୁଣି ପର୍ଯ୍ୟବେକ୍ଷକ ତାଲିକାରୁ ସେହି ନେତାମାନଙ୍କୁ ବାଦ ଦିଆଯାଇଛି । ଦଶାହ କାର୍ଯ୍ୟରୁ ମଧ୍ୟ କିଛି ଲୋକଙ୍କୁ ଦୂରେଇ ରଖାଯାଇଥିଲା । ହତ୍ୟାକାଣ୍ଡ ସହ ସମ୍ପୃକ୍ତି ଅଛି ବୋଲି ରାଜ୍ୟ ସରକାର ବିଶ୍ୱାସ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ