Masthead

୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନା କଲେ । ଏହି ଅବସରରେ ସେ କହିଛନ୍ତି, ଗତ ୧୦ ବର୍ଷ ମଧ୍ୟରେ ଭାରତୀୟ ଅର୍ଥନୀତିରେ ଅନେକ ସକାରାତ୍ମକ ପରିବର୍ତ୍ତନ ଆସିଛି। ୧୦ ବର୍ଷରେ ୨୫ କୋଟି ଲୋକ ଦାରିଦ୍ର୍ୟରୁ ବାହାରି ଆସିଛନ୍ତି। ଗରିବଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି । ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ । ୧ କୋଟି ଘରକୁ ୩ ଶହ ୟୁନିଟ ମାଗଣା ବିଜୁଳି ଯୋଗାଣ ହେବ । ରେଲୱେକୁ ସମୁଦ୍ର ମାର୍ଗରେ ଯୋଡିବାକୁ ଯୋଜନା ।୩ଟି ରେଳ କରିଡର ଆରମ୍ଭ ହେବ । ବନେ୍ଦ ଭାରତ ପାଇଁ ୪୦ ହଜାର ବଗି ନିର୍ମାଣଦେଶ କୋଭିଡ-୧୯ ମହାମାରୀର ଆହ୍ବାନକୁ ଅତିକ୍ରମ କରି ଏକ ଆତ୍ମନିର୍ଭଶୀଳ ଭାରତ ପାଇଁ ମୂଳଦୁଆ ପକାଇଛି।

ଗଠନମୂଳକ ସଂସ୍କାର, ଜନସାଧାରଣ ଅନୁକୁଳ କାର୍ଯ୍ୟକ୍ରମ ଏବଂ ନିଯୁକ୍ତି ସୁଯୋଗ ଅର୍ଥନୀତିକୁ ନବୀକରଣ କରିବାରେ ସାହାଯ୍ୟ କରିଛି। ଜିଡିପିକୁ ସରକାର ଗୁରୁତ୍ୱ ଦେଉଥିବା କହିଲେ ଅର୍ଥମନ୍ତ୍ରୀ । ଜି-ଗଭର୍ଣ୍ଣାନ୍ସ, ଡି- ଡେଭଲପମେଣ୍ଟ, ପି- ପର୍‌ଫର୍‌ମାନ୍ସ । ଭାରତକୁ ବିକାଶର ଉତ୍ତୁଙ୍ଗ ଶିଖରକୁ ନେବା ଆମର ମୂଳ ଲକ୍ଷ୍ୟ। ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ସହ ବିକଶିତ ଭାରତ ଆମର ଲକ୍ଷ୍ୟ। ରିଫର୍ମ, ପର୍‌ଫର୍ମ ଓ ଟ୍ରାନ୍ସଫର୍ମକୁ ଆମ ସରକାର ଗୁରୁତ୍ୱ ଦେଇଛି। ଅର୍ଥ ମନ୍ତ୍ରୀ କହିଛନ୍ତି, ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି। ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି। ପିଏମ୍ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଛି। ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି। ୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି ଓ ୭ଟି ଆଇଆଇଏମ୍‌ ପ୍ରତିଷ୍ଠା ହୋଇଛି। ୧୩ଟି ଏମ୍‌ସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା