Before Header

୩୦ରୁ ୪୦ କିମିରେ ବହିବ ପବନ

0 61

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଉପକୂଳ, ଉତ୍ତର, ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଘଂଟାପ୍ରତି ୩୦ରୁ ୪୦ କିଲୋମିଟର ପବନ ବହିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ପୂର୍ବ ମଧ୍ୟପ୍ରଦେଶଠାରୁ ପୂର୍ବ ବିହାର ପର୍ଯ୍ୟନ୍ତ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏଭଳି ପାଗ ଲାଗିରହିଛି।

କାଳବୈଶାଖୀ ବର୍ଷା ନେଇ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲି ଘଡଘଡି ବିଜୁଳି ସହ ବର୍ଷା ଏବଂ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, କନ୍ଧମାଳ, ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ ଏବଂ ମୟୁରଭଞ୍ଜ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୨ତାରିଖରେ ୯ଜିଲ୍ଲା, ୩ ତାରିଖରେ ୮ ଜିଲ୍ଲା ଏବଂ ୪ ତାରିଖରେ ୧୫ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

Leave A Reply

Your email address will not be published.