Masthead

ବନ୍ଦ ହେଲା ଅର୍ନ୍ତଜାତୀୟ ବିମାନ ଉଡାଣ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): ପୁଣି ତାଣ୍ଡବ କଲା କରୋନା । ସଂକ୍ରମଣକୁ ଦୃଷ୍ଟିରେ ରଖି ଅର୍ନ୍ତଜାତୀୟ ବିମାନ ଉଡାଣ ଉପରେ ଲାଗିଲା ପ୍ରତିବନ୍ଧକ । ମାର୍ଚ୍ଚ ୩୧ ଯାଏ ପ୍ରତିବନ୍ଧକ ଲଗାଇଲେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) । ଏନେଇ ଡିଜିସିଏ ଟ୍ୱିଟର ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତ ବର୍ଷ ମାର୍ଚ୍ଚ ୨୩ ରୁ ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ବନ୍ଦ କରାଯାଇଥିଲା ।

ତେବେ ଏଭଳି ପ୍ରତିବନ୍ଧକ ୨୮ ଫେବୃଆରୀ ୨୦୨୧ ପର୍ଯ୍ୟନ୍ତ ଲାଗୁ କରାଯାଇଥିଲା । କିନ୍ତୁ ଗତ କିଛି ଦିନ ହେବ କରୋନା ମହାମାରୀ ପୁଣି ବୃଦ୍ଧି ପାଇଥିବାରୁ ଏହାକୁ ଦୃଷ୍ଟିରେ ରଖି ଡିଜିସିଏ ଏହି ପ୍ରତିବନ୍ଧକକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଶୁକ୍ରବାର ସନ୍ଧ୍ୟାରେ ଏଭଳି କଟକଣା ଜାରି କରାଯାଇଛି । ଡିଜିସିଏ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁସାରେ ଭାରତରୁ ବାହାର ଦେଶକୁ ଯାଉଥିବା ଓ ବାହାର ଦେଶରୁ ଭାରତକୁ ଆସୁଥିବା ସବୁ ଅର୍ନ୍ତରାଷ୍ଟ୍ରୀୟ ବିମାନ ଚଳାଚଳକୁ ୨୦୨୧ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ରଦ୍ଧ କରାଗଲା ଏହା ସହ ଡିଜିସିଏ କହିଛନ୍ତି ଯେ, ଯଦି କୌଣସି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି ହୁଏ ତେବେ ଡିଜିସିଏଙ୍କ ଅନୁମତି ନେଇ ବିମାନ ଉଡାଣ କରିପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ