Masthead

ବନ୍ଦ ହେଲା ଅର୍ନ୍ତଜାତୀୟ ବିମାନ ଉଡାଣ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): ପୁଣି ତାଣ୍ଡବ କଲା କରୋନା । ସଂକ୍ରମଣକୁ ଦୃଷ୍ଟିରେ ରଖି ଅର୍ନ୍ତଜାତୀୟ ବିମାନ ଉଡାଣ ଉପରେ ଲାଗିଲା ପ୍ରତିବନ୍ଧକ । ମାର୍ଚ୍ଚ ୩୧ ଯାଏ ପ୍ରତିବନ୍ଧକ ଲଗାଇଲେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) । ଏନେଇ ଡିଜିସିଏ ଟ୍ୱିଟର ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତ ବର୍ଷ ମାର୍ଚ୍ଚ ୨୩ ରୁ ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ବନ୍ଦ କରାଯାଇଥିଲା ।

ତେବେ ଏଭଳି ପ୍ରତିବନ୍ଧକ ୨୮ ଫେବୃଆରୀ ୨୦୨୧ ପର୍ଯ୍ୟନ୍ତ ଲାଗୁ କରାଯାଇଥିଲା । କିନ୍ତୁ ଗତ କିଛି ଦିନ ହେବ କରୋନା ମହାମାରୀ ପୁଣି ବୃଦ୍ଧି ପାଇଥିବାରୁ ଏହାକୁ ଦୃଷ୍ଟିରେ ରଖି ଡିଜିସିଏ ଏହି ପ୍ରତିବନ୍ଧକକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଶୁକ୍ରବାର ସନ୍ଧ୍ୟାରେ ଏଭଳି କଟକଣା ଜାରି କରାଯାଇଛି । ଡିଜିସିଏ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁସାରେ ଭାରତରୁ ବାହାର ଦେଶକୁ ଯାଉଥିବା ଓ ବାହାର ଦେଶରୁ ଭାରତକୁ ଆସୁଥିବା ସବୁ ଅର୍ନ୍ତରାଷ୍ଟ୍ରୀୟ ବିମାନ ଚଳାଚଳକୁ ୨୦୨୧ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ରଦ୍ଧ କରାଗଲା ଏହା ସହ ଡିଜିସିଏ କହିଛନ୍ତି ଯେ, ଯଦି କୌଣସି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି ହୁଏ ତେବେ ଡିଜିସିଏଙ୍କ ଅନୁମତି ନେଇ ବିମାନ ଉଡାଣ କରିପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’