Masthead

ଆଜି ବିଶ୍ୱ ଶ୍ରମିକ ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ବିଶ୍ବ ଶ୍ରମିକ ଦିବସ । ସମାଜ ପ୍ରତି କର୍ମଚାରୀ ଓ ଶ୍ରମିକଙ୍କ ଅବଦାନକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ’ ୧ ତାରିଖକୁ ଅନ୍ତର୍ଜାତୀୟ ଶ୍ରମିକ ଦିବସ ରୂପେ ପାଳନ କରାଯାଉଛି । ଶ୍ରମିକ କଥା ପଡିଲେ ମନକୁ ଆସେ, ଶୁଖିଲା ମୁହଁ, ମୁଣ୍ଡରେ ଠେକା ଏବଂ ଝାଳ ଜୁଡୁବୁଡୁ ଗାମୁଛା । ଢୁ ଢୁ ଖରା ବର୍ଷା ଓ ହାଡଭଙ୍ଗା ଶୀତରେ କାମ କରୁଥିବା ମଣିଷଟିଏ । ପେଟ ପାଇଁ ସକାଳୁ ଖଟିବାକୁ ଯାଇ ସଞ୍ଜରେ ଘରକୁ ଫେରେ । ଆଜି ସେହି ଶ୍ରମିକଙ୍କ ପାଇଁ ଦିନଟିଏ । ୮ ଘଣ୍ଟା କାର୍ୟ୍ୟ ସମୟ ଦାବିରୁ ଜନ୍ମ ନେଇଥିଲା ବିଶ୍ୱ ଶ୍ରମିକ ଦିବସ । ୮ ଘଣ୍ଟା କାର୍ଯ୍ୟ ସମୟ ଦାବିରୁ ଜନ୍ମ ନେଲା ବିଶ୍ୱ ଶ୍ରମିକ ଦିବସ । ପୁଞ୍ଜିବାଦୀ ବ୍ୟବସ୍ଥା ବିରୋଧରେ ବିଶ୍ୱ ଶ୍ରମଜୀବୀ ସମୁଦାୟର ଏହା ଥିଲା ପ୍ରଥମ ରାଜନୈତିକ ସଂଗ୍ରାମ ।

୧୮୮୪ ମସିହାଠାରୁ ଏହି ଦାବି ନେଇ ଧାରାବାହିକ ଆନ୍ଦୋଳନ ଆମେରିକାରେ ଚାଲିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଆନ୍ଦୋଳନର ସୂତ୍ରପାତ ହୋଇଥଲେ ହେଁ ବିଶ୍ୱର ସମସ୍ତ ସ୍ୱାଧୀନ ଓ ପରାଧୀନ ଦେଶର ଶ୍ରମଜୀବୀମାନଙ୍କୁ ଏହା ପ୍ରଭାବିତ କରିଥଲା । ଦିନ ଥିଲା ବିଶ୍ବରେ ପୁଞ୍ଜପତି ଶ୍ରେଣୀ ଶ୍ରମିକମାନଙ୍କୁ ମନଇଚ୍ଛା ଖଟାଉଥିଲେ । କାମ କରିବାର କୌଣସି ସମୟ ନଥିଲା କି ପରିଶ୍ରମ ଅନୁଯାୟୀ ପ୍ରାପ୍ୟ ମିଳୁନଥିଲା । ଏହାକୁ ବିରୋଧ କରି ଏବଂ ଦୈନିକ ଆଠ ଘଣ୍ଟା କାର୍ଯ୍ୟ ଦାବିରେ ଆମେରିକାର ଶ୍ରମିକ ସଂଗଠନ ରାଜରାସ୍ତାକୁ ଓହ୍ଲାଇଥିଲେ । ୧୮୮୬ ମସିହା ମେ’ ୧ ତାରିଖରେ ଆମେରିକାର ପାଖାପାଖି ୩ ଲକ୍ଷ ୮୦ ହଜାର ଶ୍ରମିକ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ ।

ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ପୋଲିସ ଆଖିବୁଜା ଗୁଳିମାଡ କରିଥିଲା । ଏଥିରେ ଅନେକ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା । ଏହାର ୩ ବର୍ଷ ପରେ ୧୮୮୯ ମସିହାରେ ପ୍ୟାରିସ ଠାରେ ଅନ୍ତଃରାଷ୍ଟ୍ରୀୟ ସମାଜବାଦୀ ସମ୍ମେଳନ ହୋଇଥିଲା । ଏହି ସମ୍ମିଳନୀରେ ଶ୍ରମିକମାନେ ଦିନକୁ ୮ ଘଣ୍ଟା କାମ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ଏଥିସହ ମେ’ ୧କୁ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ କରାଯିବା ପ୍ରସ୍ତାବ ମଧ୍ୟ ପାରିତ ହୋଇଥିଲା । ଏହାପରଠୁ ସାରା ବିଶ୍ବରେ ମେ ୧କୁ ଶ୍ରମିକ ଦିବସ ଭାବେ ପାଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ