Masthead

ସୁସ୍ଥ ଜୀବନ ପାଇଁ ଦରକାର ଯୋଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁସ୍ଥ ଜୀବନ ପାଇଁ ଦରକାର ଯୋଗ । ଆଜି ସାରା ବିଶ୍ୱ ପାଳୁଛି ଯୋଗ ଦିବସ । ଦେଶବ୍ୟାପୀ ସାମୂହିକ ଯୋଗ କରୁଛନ୍ତି ସମସ୍ତେ । ଯୋଗ ଦିବସର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶାଖାପାଟଣାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସାମିଲ ହୋଇ ଯୋଗ କରିଛନ୍ତି । କେବଳ ଶରୀର ନୁହେଁ, ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ସାରା ବିଶ୍ୱରେ ଯୋଗ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଆଜିର ଦିନକୁ ଅର୍ଥାତ୍ ଜୁନ୍ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ଭାବେ ପାଳନ କରାଯାଇଥାଏ ।

Image

ତେବେ ବିଶାଖାପାଟଣାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି ସାରା ବିଶ୍ବକୁ ଯୋଡ଼ିବ ଯୋଗ । ଯୋଗ ଦିବସ ପାଇଁ ପ୍ରତିବର୍ଷ ଏକ ଭିନ୍ନ ଥିମ୍ ସ୍ଥିର ହୋଇଥାଏ । ଚଳିତ ବର୍ଷର ଥିମ୍ ହେଉଛି “ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ”(Yoga for One Earth, One Health”)।ସେହିପରି ଓଡ଼ିଶାରେ ମଧ୍ୟ ଅନ୍ତର୍ଜାତୀୟ ଯୋଗ ଦିବସର ଆୟୋଜନ କରାଯାଇଛି ।

Image

କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆୟୋଜିତ ଯୋଗ ଦିବସରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଫିଟ୍ ରହିବାର ମନ୍ତ୍ର ବାଣ୍ଟିଛନ୍ତି । ଆଉ କହିଛନ୍ତି, ଯୁବକମାନେ ହେଉଛନ୍ତି ପରିବର୍ତ୍ତନର ଆଲୋକ ବର୍ତ୍ତିକା । ପିଲାଠାରୁ ବୟସ୍କ ସଭିଏଁ ଯୋଗ କରିବା ଦରକାର । ଯୋଗ ଏକାଗ୍ରତା ଓ ସ୍ଥିରତା ଆଣିବା ସହ ମଣିଷକୁ ଚାପମୁକ୍ତ ରଖେ । ଖୁବଶୀଘ୍ର ବିଦ୍ୟାଳୟ କାର୍ୟ୍ୟକ୍ରମରେ ଯୋଗକୁ ସାମିଲ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ