Masthead

ଭଦ୍ରକରେ ଇଣ୍ଟରନେଟ୍ ସେବା ବନ୍ଦ, ୧୬୩ ଧାରା ଲାଗୁ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ସାମାଜିକ ଗଣମାଧ୍ୟମରେ ବିବାଦୀୟ ପୋଷ୍ଟକୁ ନେଇ ଉତେଜନା, ପୋଲିସ ଓ ମାଜିଷ୍ଟ୍ରେଟକୁ ପିଟିଲେ ଉତ୍ୟକ୍ତ ଲୋକେ, ବିଏନଏସ ୧୬୩ ଧାରା ଲାଗୁ । ଭଦ୍ରକ ବିବାଦୀୟ ପୋଷ୍ଟକୁ ନେଇ ଗୋଟିଏ ସମ୍ପ୍ରଦାୟର ବଡ଼ ଧରଣର ମେଳି । ଖବର ପାଇ ପୋଲିସ ଯାଉଥିବା ବେଳେ ସନ୍ଥିଆ ନିକଟରେ ରାସ୍ତା ଅବରୋଧ କରି ଟାୟାର ଜାଳି ପୋଲିସକୁ ଅଟକାଇ ଥିଲେ ସମ୍ପୃକ୍ତ ଗୋଷ୍ଠୀର ଲୋକେ ।

ତହସିଲଦାରଙ୍କ ଗାଡି କାଚକୁ ବାଡେଇ ଭଙ୍ଗାରୁଜା କରିବା ସହ ପୋଲିସ ଉପରକୁ ଟେକା ପଥର ଫୋଫାଡ଼ିଲେ ଉକ୍ତ୍ୟକ୍ତ ଲୋକ । ଠେଲା ମାଡ଼ରେ ୨ ପୋଲିସ ଆହ । ପରିସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସର ମୁଦୁ ଲାଠି ଚାଳନା । ଘଟଣାସ୍ଥଳରେ ୭ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ ହୋଇଛି । ତେବେ ଗତକାଲି ଜଣେ ଯୁବକ ସୋସିଆଲ ମିଡ଼ିଆରେ ପୋଷ୍ଟ କରିଥିଲେ । ଏହାକୁ ପ୍ରତିବାଦ କରି ଅନ୍ୟ ଏକ ସମ୍ପ୍ରଦାୟର ଲୋକମାନେ ଥାନାରେ ଏତଲା ଦେଇଥିଲେ । ପୋଲିସ ଏହି ଘଟଣାର ତଦନ୍ତ କରୁଥିବା ବେଳେ ଆଜି ନଙ୍ଗାମହଲା ଠାରେ ହଠାତ ଏକ ସମ୍ପ୍ରଦାୟର ଲୋକମାନେ ଏକତ୍ରିତ ହୋଇ ମେଳି ବାନ୍ଧିଥିଲେ ।

ପରେ ଏହି ବେଆଇନ ମେଳି ସନ୍ଥିଆ ପୋଲ ନିକଟରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିବା ଖବର ପାଇ ପୋଲିସ ଓ ମାଜିଷ୍ଟ୍ରେଟ ଘଟଣା ସ୍ଥଳ କୁ ଆସୁଥିବା ବେଳେ ଉକ୍ତ୍ୟକ ଯୁବକ ମାନେ ପୋଲିସ ଉପରକୁ ମାଡ଼ ମାରିବା ସହ ଠେଲା ପେଲା କରିଥିଲେ । ପ୍ରଶାସନ ପକ୍ଷରୁ ପୁରୁଣା ବଜାର ଅଞ୍ଚଳରେ ୧୬୩ ଧାରା ଲାଗୁ କରାଯାଇଛି । ପୋଲିସ ପକ୍ଷରୁ ଅଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ