Masthead

ଜାମ୍ମୁ କାଶ୍ମୀରର ୨ଟି ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀରର ୨ଟି ଜିଲ୍ଲାରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ । ପୁଞ୍ଝ ଓ ରଜୌରୀରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ । ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପେରସନ ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ପୁଞ୍ଝରେ ୫ ଯବାନ ସହିଦ ହେବା ପରେ ଚାଲିଛି ସର୍ଚ୍ଚ ଅପେରସନ୍‌ । ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କାରେ ଚାଲଛି ସର୍ଚ୍ଚ ଅପେରସନ୍ ।

ଗତକାଲି ଅପରାହ୍ନରେ ସେନାର ଦୁଇଟି ଗାଡି ଯାଉଥିବା ବେଳେ ଆତଙ୍କବାଦୀ ମାନେ ଗୁଳିମାଡ କରିଥିଲେ । ଏହାପରେ ପୁରା ଏରିଆକୁ କର୍ଡନ କରି ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଛି । ଗୁଳିବିନିମୟରେ ୫ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗତ ମାସରେ ମଧ୍ୟ ରଜୌରୀରେ ସେନାକୁ ଟାର୍ଗେଟ କରି ଆକ୍ରମଣ ହୋଇଥିଲା । ଏଥିରେ ଦୁଇ କ୍ୟାପଟେନଙ୍କ ସହ ୫ଜଣଙ୍କ ମୃତ୍ୟୁ ହୋଇଥିଲା ।

ଏହାପରେ ପୁଣି ଶୁକ୍ରବାର ସାମ୍ବା ଜିଲ୍ଲାର ଚାନ୍ଦିଲି ଗାଁରେ ବିସ୍ଫୋରଣ ଘଟାଇଛନ୍ତି ଆତଙ୍କବାଦୀ। ଏଥିରେ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ପୁଞ୍ଚ ଆକ୍ରମଣରେ ଲଶ୍କର-ଏ-ତୋଏବାର ଅନୁବନ୍ଧିତ ସଂଗଠନ ପିପୁଲ୍ସ ଆଣ୍ଟି ଫାସିଷ୍ଟ ଫ୍ରଣ୍ଟ (PAFF) ନିଜକୁ ଦାୟୀ କରିଥିଲା। ଏହି ଆକ୍ରମଣରେ ଆମେରିକାର ଅତ୍ୟାଧୁନୁକି ବନ୍ଧୁକ ବ୍ୟବହାର ହୋଇଥିଲା।ଏକ ବଡ ଧରଣର ଆତଙ୍କୀ ହମଲା ଆଶଙ୍କା କରାଯାଉଛି। କାରଣ ପୁଞ୍ଚ ଆକ୍ରମଣ ପଛରେ ପାକିସ୍ତାନ ଓ ଚୀନର ହାତ ଥିବା କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ