Masthead

ଜାମ୍ମୁ କାଶ୍ମୀରର ୨ଟି ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀରର ୨ଟି ଜିଲ୍ଲାରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ । ପୁଞ୍ଝ ଓ ରଜୌରୀରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ । ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପେରସନ ପାଇଁ ଇଣ୍ଟରନେଟ୍ ସେବା ବନ୍ଦ ପୁଞ୍ଝରେ ୫ ଯବାନ ସହିଦ ହେବା ପରେ ଚାଲିଛି ସର୍ଚ୍ଚ ଅପେରସନ୍‌ । ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କାରେ ଚାଲଛି ସର୍ଚ୍ଚ ଅପେରସନ୍ ।

ଗତକାଲି ଅପରାହ୍ନରେ ସେନାର ଦୁଇଟି ଗାଡି ଯାଉଥିବା ବେଳେ ଆତଙ୍କବାଦୀ ମାନେ ଗୁଳିମାଡ କରିଥିଲେ । ଏହାପରେ ପୁରା ଏରିଆକୁ କର୍ଡନ କରି ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଛି । ଗୁଳିବିନିମୟରେ ୫ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗତ ମାସରେ ମଧ୍ୟ ରଜୌରୀରେ ସେନାକୁ ଟାର୍ଗେଟ କରି ଆକ୍ରମଣ ହୋଇଥିଲା । ଏଥିରେ ଦୁଇ କ୍ୟାପଟେନଙ୍କ ସହ ୫ଜଣଙ୍କ ମୃତ୍ୟୁ ହୋଇଥିଲା ।

ଏହାପରେ ପୁଣି ଶୁକ୍ରବାର ସାମ୍ବା ଜିଲ୍ଲାର ଚାନ୍ଦିଲି ଗାଁରେ ବିସ୍ଫୋରଣ ଘଟାଇଛନ୍ତି ଆତଙ୍କବାଦୀ। ଏଥିରେ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ପୁଞ୍ଚ ଆକ୍ରମଣରେ ଲଶ୍କର-ଏ-ତୋଏବାର ଅନୁବନ୍ଧିତ ସଂଗଠନ ପିପୁଲ୍ସ ଆଣ୍ଟି ଫାସିଷ୍ଟ ଫ୍ରଣ୍ଟ (PAFF) ନିଜକୁ ଦାୟୀ କରିଥିଲା। ଏହି ଆକ୍ରମଣରେ ଆମେରିକାର ଅତ୍ୟାଧୁନୁକି ବନ୍ଧୁକ ବ୍ୟବହାର ହୋଇଥିଲା।ଏକ ବଡ ଧରଣର ଆତଙ୍କୀ ହମଲା ଆଶଙ୍କା କରାଯାଉଛି। କାରଣ ପୁଞ୍ଚ ଆକ୍ରମଣ ପଛରେ ପାକିସ୍ତାନ ଓ ଚୀନର ହାତ ଥିବା କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ