ପଞ୍ଜାବରେ ମାର୍ଚ୍ଚ ୨୦ ଯାଏ ଇଣ୍ଟରନେଟ ସେବା ବନ୍ଦ

ପଞ୍ଜାବ (ବଡ଼ ଖବର ବ୍ୟୁରୋ): ପଞ୍ଜାବରେ ମାର୍ଚ୍ଚ ୨୦ ଯାଏ ଇଣ୍ଟରନେଟ ସେବା ବନ୍ଦ । ଅମୃତପାଲ ସିଂ ଏବଂ ତାଙ୍କ ସମର୍ଥକଙ୍କ ଉପରେ କଟକଣା ପରେ ପଞ୍ଜାବର ପରିବେଶ ଉତ୍ତେଜନାପୂର୍ଣ୍ଣ ରହିଛି। ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ରାଜ୍ୟରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି। ଶାନ୍ତି ବଜାୟ ରଖିବାକୁ ଏଡିଜିପି ଅର୍ପିତ ଶୁକ୍ଲା ଲୋକଙ୍କୁ ନିବେଦନ କରିଛନ୍ତି। ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ପଞ୍ଜାବର ଆଞ୍ଚଳିକ ପ୍ରାଧିକରଣରେ ଭଏସ କଲ, ବ୍ୟାଙ୍କିଙ୍ଗ ଏବଂ ମୋବାଇଲ ରିଚାର୍ଜ ବ୍ୟତୀତ ସମସ୍ତ ମୋବାଇଲ ଇଣ୍ଟରନେଟ ସେବା ସ୍ଥଗିତ ରଖାଯାଇଛି।

କୌଣସି ଅଘଟଣକୁ ଏଡାଇବା ପାଇଁ ପଞ୍ଜାବରେ ଇଣ୍ଟରନେଟ ସେବା ସ୍ଥଗିତ ରଖାଯାଇଛି। ପୋଲିସ ଏହାର କାର୍ଯ୍ୟ କରୁଛି ବୋଲି ଶୁକ୍ଲା କହିଛନ୍ତି। ରାଜ୍ୟର ବିଭିନ୍ନ ଜିଲାରେ ସ୍ବତନ୍ତ୍ର ଭାବେ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହାର ଉଦ୍ଦେଶ୍ୟ ନାଗରିକମାନଙ୍କୁ ବିଚଳିତ କରିବା ନୁହେଁ, ବରଂ ଆଇନ ଶୃଙ୍ଖଳା ବଜାୟ ରଖିବା। ବିଳମ୍ବିତ ରାତି ସୁଦ୍ଧା ପୋଲିସ ଜଳନ୍ଧରଠାରୁ ପ୍ରାୟ ୩୩ କିଲୋମିଟର ଦୂରରେ ଥିବା ସରିହିଂ ଗ୍ରାମରେ ଅମୃତପାଲଙ୍କୁ ଘେରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’