ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କଲେ ସରକାର । ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ଆଜି ସକାଳ ୧୦ଟାରୁ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ। ଏହାସହ ସମସ୍ତ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଛି। ପୂର୍ବରୁ ୫ଟି ଥାନା ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯାଇଛି । ସମ୍ବଲପୁରରେ ପୋଲିସ ଛାଉଣୀ ହୋଇଛି । ପଥରମାଡ଼ରେ ୧୦ ପୋଲିସଙ୍କ ସମେତ ୫୦ ରୁ ଅଧିକ ହନୁମାନ ଜୟନ୍ତୀ ସମନ୍ୱୟ ସମିତିର କର୍ମକର୍ତ୍ତା ଆହତ ହୋଇଛନ୍ତି ।

ଆହତଙ୍କ ମଧ୍ୟରେ ସମ୍ବଲପୁର ଅତିରିକ୍ତ ଏସିପି ଓ ଧନୁପାଲ୍ଲୀ ଆଇଆଇସି ଅଛନ୍ତି ।ଶୁକ୍ରବାର ହନୁମାନ ଜୟନ୍ତୀ ପାଳନ ହେବାକୁ ଥିବା ବେଳେ ଏହା ପୂର୍ବରୁ ଗତକାଲି ସମ୍ବଲପୁର ଧନୁପାଲି ଛକରୁ ରାଲି ବାହାରିଥିଲା । ରାଲି ଯିବାବେଳେ ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ପରେ ଉତ୍ତେଜନା ଦେଖାଦେଇଥିଲା । ପୋଲିସ ଉପରକୁ ପଥରମାଡ଼ ମଧ୍ୟ ହୋଇଛି । ଉତ୍ୟକ୍ତ ଲୋକେ ବ୍ୟାପକ ପୋଡାଜଳା ଓ ଭଙ୍ଗାରୁଜା କରିଛନ୍ତି । ଦୋକାନ, କାର ଓ ବାଇକ ଜାଳି ଦେଇଛନ୍ତି ଲୋକେ । ଏହାକୁ ନେଇ ସମ୍ବଲପୁରରେ ଉତ୍ତେଜନା ପ୍ରକାଶ ପାଇଛି । ୫ ଥାନା ଅଞ୍ଚଳରେ ଆଲର୍ଟ ଜାରି କରାଯାଇଛି । ସହରରେ ଏବେ ୧୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି