Masthead

ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ):  ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ । ଆସନ୍ତାକାଲି ସକାଳ ୧୦ ଟା ପର୍ୟ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ ରହିବ । ସୋସିଆଲ ମିଡିଆ ଅପବ୍ୟବହାର ଆଶଙ୍କାରେ କଟକଣା ବଢ଼ାଇ ଦିଆଯାଇଛି । ସେପଟେ ସ୍ୱାଭାବିକ ହେଉଛି ସମ୍ବଲପୁର । କର୍ଫ୍ୟୁ କଟକଣାକୁ ଆହୁରି କୋହଳ କରିଛି ଜିଲ୍ଳା ପ୍ରଶାସନ ।

ଅତ୍ୟାବଶ୍ୟକ ସାମଗ୍ରୀ କିଣାକିଣି ପାଇଁ ଆଜିଠାରୁ ସହରବାସୀଙ୍କୁ ସାଢ଼େ ୮ ଘଣ୍ଟାର ସମୟ ମିଳିବ । ସକାଳ ୭ଟାରୁ ଦିନ ଗୋଟାଏ, ୬ଘଣ୍ଟା ଏବଂ ଦିନ ସାଢ଼େ ୩ଟାରୁ ସନ୍ଧ୍ୟା ୬ଟା, ଅଢ଼େଇ ଘଣ୍ଟା ପାଇଁ କର୍ଫ୍ୟୁକୁ କୋହଳ କରାଯାଇଛି । ତେବେ ଆବଶ୍ୟକତା ଥିଲେ ହିଁ ଘରୁ ବାହାରକୁ ବାହାରିବା ପାଇଁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ