Masthead

ଓଲଟିଲା ପ୍ରବାସୀଙ୍କ ବସ

ଗ୍ୱାଲିୟର (ବଡ ଖବର ବ୍ୟୁରୋ): ଦିଲ୍ଲୀରୁ ପ୍ରବାସୀ ଶ୍ରମିକଙ୍କୁ ନେଇ ମଧ୍ୟପ୍ରଦେଶ ଆସୁଥିବା ଏକ ବସ ଓଲଟି ପଡିଛି । ଶ୍ରମିକଙ୍କ ମଧ୍ୟରୁ ୩ ଜଣଙ୍କର ପ୍ରାଣହାନି ଘଟିଛି। ଅନ୍ୟ ୧୨ ଜଣ ଆହତ ହୋଇଛନ୍ତି। ବସଟି ପ୍ରବାସୀ ଶ୍ରମିକଙ୍କୁ ନେଇ ଦିଲ୍ଲୀର ସରାଇ କାଲେ ଖାନ୍ରୁ ମଧ୍ୟପ୍ରଦେଶର ଟିକମଗଡ ଅଞ୍ଚଳକୁ ଆସୁଥିଲା। ବସରେ ପ୍ରାୟ ୧୦୦ ଜଣ ଯାତ୍ରୀ ଥିବା ପୁଲିସ ଏସପି ଅମିତ ସାଂଘି ସୂଚନା ଦେଇଛନ୍ତି ।

ସେମାନଙ୍କ ମଧ୍ୟରେ ଅନେକ ଶିଶୁ ରହିଥିବା ମଧ୍ୟ ଜଣାପଡିଛି । ଆହତମାନଙ୍କୁ ଗ୍ୱାଲିୟରସ୍ଥିତ ଏକ ସରକାରୀ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଗାଡିର ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଏହି ଦୂର୍ଘଟଣା ଘଟିଥିବା କୁହାଯାଉଛି । ଦୁର୍ଘଟଣା ପରେ ବସ ଡ୍ରାଇଭର ଓ କଣ୍ଡକ୍ଟର ଫେରାର ହୋଇଯାଇଛନ୍ତି। ଦିଲ୍ଲୀରେ ଲକଡାଉନ ଘୋଷଣା ହେବାପରେ ସେମାନେ ନିଜ ରାଜ୍ୟକୁ ଫେରୁଥିବା ଜଣା ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ