Masthead

କୃନାଲଙ୍କୁ ହରାଇଲେ ହାର୍ଦ୍ଦିକ, ୫୬ ରନରେ ଗୁଜରାଟର ବଡ଼ ବିଜୟ

ଅହମଦାବାଦ(ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୩ର ୫୧ ତମ ମ୍ୟାଚରେ ଗୁଜୁରାଟ ଟାଇଟାନ୍ସ ରବିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସକୁ ୫୬ ରନରେ ପରାସ୍ତ କରିଛି । ୧୧ ମ୍ୟାଚରୁ ଅଷ୍ଟମ ବିଜୟ ସହ ୧୬ ପଏଣ୍ଟରେ ପହଞ୍ଚିଛି ଗୁଜୁରାଟ । ପ୍ରଥମେ ବ୍ୟାଟିଂ କରିଥିବା ଗୁଜୁରାଟ ୨୦ ଓଭରରେ ୨ ୱିକେଟରେ ୨୨୭ ରନ କରିଥିବା ବେଳେ ଲକ୍ଷ୍ନୌ ୨୦ ଓଭରରେ ୭ ୱିକେଟ ହରାଇ ୧୭୧ ରନରେ ସୀମିତ ହୋଇଯାଇଥିଲା ।

ଏଲଏସଜି ପକ୍ଷରୁ କାୟଲ ମାୟରର୍ସ ୪୮ ରନ କରିଥିବାବେଳେ କ୍ୱିଟୋନ ଡି କକ ୭୦ ରନ, ଦୀପକ ହୁଡା ୧୧ ରନ, ଆୟୁଷ ବାଦୋନି ୨୧ ରନ କରିଥିଲେ। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଏଲଏସଜି ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ କ୍ରୁନାଲ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା।

ସେହିପରି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଜିଟି ବ୍ୟାଟିଂ ଆରମ୍ଭ କରିଥିଲା। ଜିଟି ଧାର୍ୟ୍ୟ ୨୦ ଓଭରରେ ୨ ୱିକେଟ ହରାଇ ୨୨୭ ରନ କରିଥିଲା। ଫଳରେ ଏଲଏସଜି ପାଇଁ ବିଜୟ ଲକ୍ଷ୍ୟ ୨୨୮ ରନ ରହିଥିଲା। ଜିଟି ପକ୍ଷରୁ ରିଦ୍ଧିମାନ ଶାହା ୮୧ ରନ କରିଥିବାବେଳେ ଶୁଭମାନ ଗିଲ ୯୪ ରନ, ହାର୍ଦ୍ଦିକ ପାଣ୍ଡ୍ୟା ୨୫ ରନ, ଡେଭିଡ ମିଲର ୨୧ ରନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ