Masthead

ପ୍ଲେ ଅଫରେ ପହଞ୍ଚିଲା ଗୁଜରାଟ, ରେସରୁ ହାଇଦ୍ରାବାଦ ଆଉଟ

ହାଇଦ୍ରାବାଦ(ବଡ଼ ଖବର ବ୍ୟୁରୋ): ଆଇପିଏଲର ୬୨ତମ ମ୍ୟାଚରେ ଗୁଜୁରାଟ ୩୪ ରନରେ ବିଜୟୀ । ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ୩୪ ରନରେ ବିଜୟ ହାସଲ କରିଛି ଗୁଜୁରାଟ ଟାଇଟନ୍ସ । ତେବେ ଏହି ବିଜୟ ସହିତ ଆଇପିଏଲରେ ପ୍ରଥମ ଟିମ ଭାବେ ପ୍ଲେ ଅଫରେ ପହଞ୍ଚିଲା ଗୁଜରାଟ । ସେପଟେ ଦିଲ୍ଲୀ କ୍ୟାପିଟାଲ୍ସ ପରେ ଦ୍ୱିତୀୟ ଦଳ ଭାବେ ପ୍ଲେ ଅଫ ରେସରୁ ବାଦ ପଡ଼ିଛି ହାଇଦ୍ରାବାଦ । ନିର୍ଦ୍ଧାରିତ ୨୦ ଓଭରରେ ଗୁଜୁରାଟ ପ୍ରଥମେ ବ୍ୟାଟିଂ କରି ୯ ୱିକେଟ ହରାଇ ୧୮୮ ରନ କରିଥିଲା ।

ହେଲେ ହାଇଦ୍ରାବାଦ ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୨୦ ଓଭରରେ ୯ ଉଇକେଟ ହରାଇ ୧୫୪ ରନ୍ କରି ପରାଜିତ ହୋଇଥିଲା। ୧୮୯ ରନ୍ ଲକ୍ଷ୍ୟର ପିଛା କରୁଥିବା ହାଇଦ୍ରାବାଦ ୫୯ ରନ୍ରେ ୭ ବ୍ୟାଟରଙ୍କୁ ହରାଇଥିଲା। ହେଲେ ହେନରିଚ୍ କ୍ଲାସେନଙ୍କ ୬୪ ଓ ଭୁବନେଶ୍ୱର କୁମାରଙ୍କ ୨୭ ରନ୍ ସହାୟତାରେ ଅଷ୍ଟମ ୱିକେଟରେ ୬୮ ରନ୍ କରି ପରାଜୟ ବ୍ୟବଧାନ କମ୍ କରିଥିଲେ। ଗୁଜରାଟ ପକ୍ଷରୁ ମହମ୍ମଦ ଶାମି ଓ ମୋହିତ ଶର୍ମା ୪ଟି ଲେଖାଏ ଓ ୟଶ ଦୟାଲ ଗୋଟିଏ ୱିକେଟ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା