Masthead

କୋଲକାତାକୁ ୯ ୱିକେଟରେ ହରାଇଲା ରାଜସ୍ଥାନ

ହାଇଦ୍ରାବାଦ (ବଡ଼ ଖବର ବ୍ୟୁରୋ): ଆଇପିଏଲର ୫୬ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସକୁ ୯ ୱିକେଟରେ ହରାଇ ବିଜୟୀ ହୋଇଛି ରାଜସ୍ଥାନ । ଯଶସ୍ୱୀ ଜୟଶ୍ୱାଲ ଧୂଆଁଧାର ଅର୍ଦ୍ଧଶତକ ବଳରେ ରାଜସ୍ଥାନ ରୟାଲ୍ସ ୯ ୱିକେଟରେ କୋଲକାତା ନାଇଟ୍ ରାଇଡର୍ସକୁ ପରାସ୍ତ କରିଛି। ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ରାଜସ୍ଥାନ । ଏହାପରେ ପ୍ରଥମେ ବ୍ୟାଟିଂ ପାଇଁ ପଡିଆକୁ ଓହ୍ଲାଇଥିଲା କୋଲକାତା । ନିର୍ଦ୍ଧାରିତ ୨୦ ଓଭରରେ କୋଲକାତା ୮ ୱିକେଟ ହରାଇ ୧୪୯ ରନ ସଂଗ୍ରହ କରିଥିଲା ।

ଏହାପରେ ୧୫୦ ରନର ବିଜୟ ଲକ୍ଷ୍ୟ ନେଇ ପଡିଆକୁ ଓହ୍ଲାଇଥିଲା ରାଜସ୍ଥାନ । ମାତ୍ର ଗୋଟିଏ ୱିକେଟ ହରାଇ ୧୩.୧ ଓଭରରେ ଦଳ ୧୫୧ ରନ କରି କୋଲକାତା ବିପକ୍ଷରେ ଏହି ସହଜ ବିଜୟ ହାସଲ କରିଥିଲା । ଏହି ମ୍ୟାଚରେ ପ୍ଲେୟାର ଅଫ୍ ଦି ମ୍ୟାଚ ହୋଇଥିଲେ ଯଶସ୍ୱୀ ଜୟଶ୍ୱାଲ । କୋଲକାତା ପକ୍ଷରୁ ଭେଙ୍କେଟେସ ଆୟର ୫୭ ରନ୍, ଅଧିନାୟକ ନୀତିଶ ରାଣା ୨୨ ରନ୍ କରିଥିଲେ । ରାଜସ୍ଥାନ ପକ୍ଷରୁ ଚହଲ ସର୍ବାଧିକ ୪ଟି ୱିକେଟ ହାସଲ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା