ରୋହିତଙ୍କ ଶତକକୁ ଫିକା କଲେ ପଥିରଣା

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୪ ମ୍ୟାଚରେ ମୁମ୍ବାଇକୁ ହରାଇଲା ଚେନ୍ନାଇ । ରୋହିତ ଶର୍ମାଙ୍କ ଲଢ଼ୁଆ ଶତକ ସତ୍ତ୍ବେ ମୁମ୍ବାଇ ଇଣ୍ଡିଆନ୍ସ ଘରୋଇ ପଡ଼ିଆରେ ଚେନ୍ନାଇ ସୁପର୍ କିଙ୍ଗ୍ସଠାରୁ ହାରିଯାଇଛି। ଚେନ୍ନାଇ ସୁପର୍‌ କିଙ୍ଗ୍ସର ୨୦୬ ରନ୍ ଜବାବରେ ମୁମ୍ବାଇ ଇଣ୍ଡିଆନ୍ସ ୧୮୬ ରନ୍‌ରେ ସୀମିତ ରହିଯାଇଥିଲା। ପାଳି ଆରମ୍ଭ କରି ବିଦାୟୀ ଅଧିନାୟକ ରୋହିତ ଶର୍ମା ଶେଷ ପର୍ୟ୍ୟନ୍ତ ଅପରାଜିତ ରହିଥିଲେ ମଧ୍ୟ ସାଥୀହରା ହୋଇ ଦଳକୁ ବିଜୟ ଦେଇପାରି ନଥିଲେ।

ରୋହିତଙ୍କ ବାଦ୍ କେବଳ ତିଳକ ବର୍ମା ୩୧ ରନ, ଈଶାନ କିଶନ ୨୩ ରନ, ଟିମ୍ ଡେଭିଡ୍‌ ୧୩ ରନ କରିପାରିଥିଲେ । ଅଜିଙ୍କ୍ୟ ରାହାଣେଙ୍କ ଇମ୍ପାକ୍ଟ ଖେଳାଳି ଭାବେ ଆସିଥିବା ମଥିଶା ପଥିରଣା ମ୍ୟାଚ୍‌ରେ ନିର୍ଣ୍ଣାୟକ ଭୂମିକା ତୁଲାଇଥିଲେ। ମାରାତ୍ମକ ବୋଲିଂ କରି ସେ ୪ ପ୍ରମୁଖ ବ୍ୟାଟର୍‌ ଈଶାନ କିଶନ, ସୂର୍ଯ୍ୟକୁମାର ଯାଦବ, ତିଳକ ବର୍ମା ଓ ରୋମାରିଓ ସେଫର୍ଡଙ୍କ ୱିକେଟ୍ ନେଇଥିଲେ । ଏଥି ସହିତ ଷଷ୍ଠ ମ୍ୟାଚ୍‌ରୁ ଚତୁର୍ଥ ବିଜୟ ହାସଲ କରି ଚେନ୍ନାଇ ତୃତୀୟ ସ୍ଥାନରେ ଅପରିବର୍ତ୍ତିତ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ