୩ ୱିକେଟରେ ଗୁଜରାଟକୁ ମାତ ଦେଲା ପଞ୍ଜାବ କିଙ୍ଗ୍ସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୪ ମ୍ୟାଚରେ ଗୁଜୁରାଟକୁ ହରାଇ ବିଜୟ ହାସଲ କରିଛି ପଞ୍ଜାବ କିଙ୍ଗ୍ସ । ପ୍ରଥମେ ବ୍ୟାଟିଂ କରି ଗୁଜୁରାଟ ୪ ୱିକେଟରେ ୧୯୯ ରନ୍‌ କରିଥିଲା। ଜବାବରେ ପଞ୍ଜାବ ଗୋଟିଏ ବଲ୍‌ ବାକି ଥାଇ ୭ ଉଇକେଟ ହରାଇ ବିଜୟ ହାସଲ କରି ନେଇଥିଲା। ଶଶାଙ୍କ ସିଂ ଅପରାଜିତ ୬୧ ରନ୍‌ କରିଥିବା ବେଳେ ଇମ୍ପାକ୍ଟ ସବଷ୍ଟିଚ୍ୟୁଟ ଆଶୁତୋଷ ଶର୍ମା ୩୧ ରନ୍‌ କରିଥଲେ। ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ପଞ୍ଜାବ । ଗୁଜରାଟ ପକ୍ଷରୁ ଶୁବମନ ଗିଲ୍‌ ୮୯ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହା ବ୍ୟତୀତ କେନ୍‌ ଓ୍ବିଲିୟମସନ୍‌ ୨୨ ବଲ୍‌ରୁ ୨୬, ସାଇ ସୁଦର୍ଶନ ୧୯ ବଲ୍‌ ଖେଳି ସେ ୩୩ ରନ୍‌ ସ୍କୋର କରିଥିଲେ। ଶେଷ ଆଡକୁ ରାହୁଲ ଟଓ୍ବୋଟିଆ ବିସ୍ଫୋରକ ବ୍ୟାଟିଂ କରି ୮ ବଲ୍‌ ଖେଳି ୩ ଚୌକା ଓ ୧ ଛକା ସହ ସେ ୨୩ ରନ୍‌ କରିଥିଲେ।

ଶେଷ ଯାଏ ଅପରାଜିତ ରହିଥିବା ଗିଲ୍‌ ୪୮ ବଲ୍‌ ଖେଳି ୮୯ ରନ୍‌ ସ୍କୋର କରିଥିଲେ। ଏହି ଇନିଂସରେ ୬ ଚୌକା ଓ ୪ ଛକା ସାମିଲ ଥିଲା। ପଞ୍ଜାବ ପକ୍ଷରୁ ରାବାଡା ୨,ହରପ୍ରୀତ ବ୍ରାର ଓ ହର୍ଷଲ ପଟେଲ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ୨୦୦ ରନ୍‌ ଲକ୍ଷ୍ୟରେ ପଞ୍ଜାବ ୭୦ ରନ୍‌ରେ ଟପ୍‌ ୪ ବ୍ୟାଟରଙ୍କୁ ହରାଇଥିଲା। ତେବେ ଶଶାଙ୍କ ସିଂ ଲଢୁଆ ୬୧ ରନ୍‌ କରିବା ସହ ଦଳକୁ ବିଜୟୀ କରିଥିଲେ। ଶଶାଙ୍କ ୨୯ ବଲ ଖେଳି ୬ ଚୌକା ଓ ୪ ଛକା ମାରିଥିଲେ। ଇମ୍ପାକ୍ଟ ସବଷ୍ଟିଚ୍ୟୁଟ୍‌ ରହିଥିବା ଆଶୁତୋଶ ଶର୍ମା ୧୭ ବଳ୍‌ରୁ ଦ୍ରୁତ ୩୧ ରନ୍‌ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’