Masthead

ଦୁଇଟି ପରାଜୟ ପରେ, ପ୍ରଥମ ବିଜୟ ହାସଲ କଲା ମୁମ୍ବାଇ ଇଣ୍ଡିଆନ୍ସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀକୁ ହରାଇ ଚଳିତ ଆପିଏଲର ପ୍ରଥମ ବିଜୟ ହାସଲ କରିଛି ମୁମ୍ବାଇ ଇଣ୍ଡିଆନ୍ସ । ଗତକାଲି ଖେଳାଯାଇଥିବା ମ୍ୟାଚକୁ ୬ ୱିକେଟରେ ଜିତିଛି ମୁମ୍ବାଇ ଇଣ୍ଡିଆନ୍ସ। ଲଗାତାର ଦୁଇଟି ମ୍ୟାଚରେ ପରାଜୟ ପରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୬ ୱିକେଟରେ ବିଜୟ ହାସଲ କରିଛି ମୁମ୍ବାଇ ଇଣ୍ଡିଆନ୍ସ । ଏହି ମ୍ୟାଚରେ ରୋହିତ ଶର୍ମାଙ୍କ ଏକ ଦମଦାର ଇନିଂସ ପାଇଁ ବିଜୟ ହାସଲ କରିଛି ମୁମ୍ବାଇ ଇଣ୍ଡିଆନ୍ସ । ଟସ ଜତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ମୁ୍ମ୍ବାଇ ଇଣ୍ଡିଆନ୍ସ ।

ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିବା ଦିଲ୍ଲୀକୁ ଭଲ ପ୍ରଦର୍ଶନ କରିନଥିଲା । ମ୍ୟାଚରେ ପୃଥ୍ୱୀ ଶ’ଙ୍କ ଫ୍ଲପ ସୋ ଦେଖିବାକୁ ମିଳିଥିଲା । ମାତ୍ର ୧୫ରନ କରି ଅଲଆଉଟ ହୋଇଥିଲେ । ଅକ୍ଷର ପଟେଲ୍‌ଙ୍କ ୫୪ ରନ ଏବଂ ଡେଭିଡ୍ ଓ୍ଵାର୍ଣ୍ଣରଙ୍କ ୫୧ ରନ ବଳରେ ୧୯.୪ ଓଭରରେ ୧୭୨ ରନରେ ଅଲଆଉଟ୍ ହୋଇଥିଲା। ଜବାବରେ ମୁମ୍ବାଇ ରୋହିତ ଶର୍ମାଙ୍କ ୬୫ ରନ ଏବଂ ତିଳକ ବର୍ମାଙ୍କ ୪୧ ରନ ବଳରେ ନିର୍ଦ୍ଧାରିତ ୨୦ ଓଭରରେ ୪ ଓ୍ଵିକେଟ୍ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଛି। ଇଶାନ କିଷନ ୩୧ ରନର ଉପଯୋଗୀ ଇନିଂସ ଖେଳିଛନ୍ତି। ବୋଲିଂରେ ମୁମ୍ବାଇ ପକ୍ଷରୁ ପୀୟୂଷ ଚାଓ୍ଵଲା ଏବଂ ବେହରନଡର୍ଫ ତିନୋଟି ଲେଖାଏଁ ଓ୍ଵିକେଟ୍ ନେଇ ଦଳ ବିଜୟରେ ଉଲ୍ଲେଖନୀୟ ଯୋଗଦାନ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ