Masthead

ଆଜି କୋଲକାତାକୁ ବିଜୟ ଭେଟି ଦେଇପାରିବେ କି ମୋର୍ଗାନ

ଦୁବାଇ, (ବଡ଼ ଖବର ବ୍ୟୁରୋ): ଆଜି ଆଇପିଏଲର ୩୫ତମ ମ୍ୟାଚରେ ମୁହାଁମୁହିଁ ହେବେ କୋଲକାତା ନାଇଟ ରାଇଡର୍ସ ଓ ସନ ରାଇଜର୍ସ ହାଇଦ୍ରାବାଦ। ଡେଭିଡ୍ ୱାର୍ଣ୍ଣରଙ୍କୁ ଟକ୍କର ଦେବେ କୋଲକାତାର ନୂଆ ଅଧିନାୟକ ଇଓନ୍ ମୋର୍ଗାନ। ଉଭୟ ଦଳ ଆଜି ସେମାନଙ୍କ ନବମ ମ୍ୟାଚ ଆବୁଧାବିରେ ଖେଳିବେ। କୋଲକାତା ୮ଟି ମ୍ୟାଚରୁ ୪ଟି ବିଜୟ ସହ ପଏଣ୍ଟ ଟେବୁଲର ଚତୁର୍ଥ ସ୍ଥାନରେ ରହିଛି । ହାଇଦ୍ରାବାଦ ୮ଟି ମ୍ୟାଚରୁ ୩ ବିଜୟ ସହ ପଏଣ୍ଟ ଟେବୁଲର ପଞ୍ଚମ ସ୍ଥାନରେ ରହିଛି। କୋଲକାତାର ଅଧିନାୟକତ୍ୱ ଗ୍ରହଣ କରିବା ପରେ ପ୍ରଥମ ମ୍ୟାଚରେ ପରାଜୟର ସମ୍ମୁଖୀନ ହୋଇଥିବା ମୋର୍ଗାନ ଆଜିର ମ୍ୟାଚରେ ଭଲ ପ୍ରଦର୍ଶନ କରିବା ଆଶାରେ ପଡ଼ିଆକୁ ଓହ୍ଲାଇବେ।

ଅପରପକ୍ଷରେ ଆଇପିଏଲ ଇତିହାସରେ ଉଭୟ ଦଳ ୧୮ ଥର ମୁହାଁମୁହିଁ ହୋଇଛନ୍ତି। କୋଲକାତା ୧୧ ଏବଂ ହାଇଦ୍ରାବାଦ ୭ଥର ଜିତିଛି। ଚଳିତ ସିଜିନରେ ସେପ୍ଟମ୍ବର ୨୬ରେ ଖେଳାଯାଇଥିବା ମ୍ୟାଚରେ କୋଲକାତା ୭ ୱିକେଟରେ ହାଇଦ୍ରାବାଦକୁ ପରାସ୍ତ କରିଥିଲା। ଆଜିର ମ୍ୟାଚକୁ ହାଇଦ୍ରାବାଦ ଜିତି ଗତ ମ୍ୟାଚ ପରାଜୟର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ। ଅନ୍ୟପଟେ ଗତ ଦୁଇଟି ମ୍ୟାଚରେ ଶୋଚନୀୟ ପରାଜୟ ପରେ ଆଜିର ମ୍ୟାଚ ଜିତି କୋଲକାତା ପଏଣ୍ଟ ଟେବୁଲରେ ଟପ-୪ ଦଳ ମଧ୍ୟରେ ନିଜ ସ୍ଥାନ ପକ୍କା କରିବାକୁ ଚେଷ୍ଟା କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ