ଆଇପିଏଲ ବେଟିଂ ରାକେଟ ଠାବ କଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର, (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ପୋଲିସକୁ ମିଳିଛି ବଡ଼ ସଫଳତା। କିଛି ଦିନ ହେବ ଅନଲାଇନ ମାଧ୍ୟମରେ ଆଇପିଏଲ ବେଟିଂ ଚାଲିଥିବା ଖବର ପାଇ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇଙ୍କ ତତ୍ତ୍ୱାବଧାନରେ ଓ ଏସପି ପିନକ୍ ମିଶ୍ରଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ କରାଯାଇଥିଲା। ଏଥିରେ ଆଡିସନାଲ୍ ଏସପି, ଗୋଷାଣୀ ନୂଆଗାଁ ଥାନା ଅଧିକାରୀ ଓ ବଡ଼ବଜାର ଥାନା ଅଧିକାରୀ ସାମିଲ ହୋଇ ଏହି ବେଟିଂ ରାକେଟ ଠାବ କରିଥିଲେ। ଏଥିରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କଠାରୁ ୩୩ ଲକ୍ଷ ୬୧ ହଜାର ୨୦୦ ଟଙ୍କା ଜବତ କରିବା ସହି ୪ ମୋବାଇଲ୍ ଓ ୩ ଏଟିଏମ୍ କାର୍ଡ ମଧ୍ୟ ଜବତ କରାଯାଇଛି। ଗିରଫ ହୋଇଥିବା ଦୁଇଜଣ ହେଉଛନ୍ତି ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ଗଣେଶ ନଗର ତୃତୀୟ ଗଳିର ଆର.ଲାଲି ଆଚରୀ (୫୫) ଓ ବଡ଼ ବଜାର ଥାନା ଅନ୍ତର୍ଗତ ସାଇ କମ୍ପ୍ଲେକ୍ସର କେ.ପ୍ରଶାନ୍ତ କୁମାର ସୁବୁଦ୍ଧି (୪୩) । ଏମାନେ ଏକ ଆପ ମାଧ୍ୟମରେ କୋଲକାତା, ମୁମ୍ବାଇ, ଦିଲ୍ଲୀ ଏପରିକି ବିଦେଶ ଦୁବାଇର ବୁକୀମାନଙ୍କ ଲିଙ୍କରେ ରହି ବହୁ ଛାତ୍ର ଯୁବକଙ୍କୁ ଫାନ୍ଦରେ ପକାଇ କୋଟି କୋଟି ଟଙ୍କାର ଲାଭବାନ ହେଉଥିଲେ। ଏନେଇ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହା ସହିତ ଏହି ର୍ୟାକେଟରେ କେଉଁମାନେ ସଂଶ୍ଳିଷ୍ଟ ଅଛନ୍ତି ତାହା ଅନୁସନ୍ଧାନ କରାଯାଉଥିବା ମଧ୍ୟ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’