Masthead

ଆଜି ଆଇପିଏଲରେ କୋହଲି-କାର୍ତ୍ତିକ ମୁହାଁମୁହିଁ

ଦୁବାଇ, (ବଡ଼ ଖବର ବ୍ୟୁରୋ) : ଆଜି ଆଇପିଏଲରେ ୨୮ତମ ମ୍ୟାଚରେ ମୁହାଁମୁହିଁ ହେବେ କୋଲକାତା ନାଇଟ ରାଇଡର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ଦିନେଶ କାର୍ତ୍ତକଙ୍କୁ ଟକ୍କର ଦେବେ ବିରାଟ କୋହଲି । ଉଭୟ ଦଳ ଆଜି ସେମାନଙ୍କ ସପ୍ତମ ମ୍ୟାଚ ଶାରଜା କ୍ରିକେଟ ଷ୍ଟାଡିୟମରେ ଖେଳିବେ । ଦୁଇ ଦଳ ଚଳିତ ଆଇପିଏଲରେ ଛଅଟି ଲେଖାଏଁ ମ୍ୟାଚ ଖେଳି ଚାରଟି ବିଜୟ ହାସଲ କରିଛନ୍ତି । କୋଲକାତା ପଏଣ୍ଟେ ଟେବୁଲରେ ଚତୁର୍ଥ ସ୍ଥାନରେ ଥିବା ବେଳେ ବାଙ୍ଗାଲୋର ପଏଣ୍ଟେ ଟେବୁଲରେ ପଞ୍ଚମ ସ୍ଥାନରେ ରହିଛି । ଆଜି ଉଭୟ ଦଳ ଏହି ମ୍ୟାଚକୁ ଜିତି ପଏଣ୍ଟେଟେବୁଲରେ ଉପରକୁ ଯିବା ପାଇଁ ଚେଷ୍ଟା କରିବେ । ଆଇପିଏଲ ଇତିହାସରେ ଉଭୟ ଦଳ ୨୪ଥର ସାମ୍ନାସାମ୍ନି ହୋଇଥିବା ବେଳେ ୧୪ଥର କୋଲକାତା ମ୍ୟାଚ ଜିତି ଥିବା ବେଳେ ବାଙ୍ଗାଲୋର ୧୦ ଥର ଜିତିଛି । ଗତ ମ୍ୟାଚରେ କୋଲକତା ଏକ ରୋମାଞ୍ଚକର ବିଜୟ ହାସଲ କରିଥିଲା । ତେଣୁ ଆଜି ଦଳରେ କୌଣସି ପରବର୍ତ୍ତନ ହୋଇନପାରେ । ସେହିପରି ଭାବରେ ଗତ ମ୍ୟାଚରେ ବାଙ୍ଗାଲୋର ଅଧିନାୟକ ବିରାଟ କୋହଲିଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଭଲ ପ୍ରର୍ଦଶନ କରିପାରିନଥିଲେ । କିନ୍ତୁ ଦଳ ବିଜୟ ହୋଇଥିବାରୁ ଆଜିର ମ୍ୟାଚରେ ମଧ୍ୟ କୌଣସି ପରିବର୍ତ୍ତ ନ ହେବ ନାହିଁ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ