Masthead

ଆଜି ସାରଜାହରେ ହେବ ଛକା ବର୍ଷା

ଦୁବାଇ, ( ବଡ଼ ଖବର ବ୍ୟୁରୋ ) : ଆଇପିଏଲର ତ୍ରୟୋଦଶ ସିଜନର ୨୩ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଦିଲ୍ଲୀ କ୍ୟାପିଟାଲ (ଡିସି) ଶୁକ୍ରବାର ସାରଜାହଠାରେ ମୁହାଁମୁହିଁ ହେବେ। ହ୍ୟାଟ୍ରିକ୍ ପରାଜୟ ପରେ ଆଜିର ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଉପରେ ଚାପ ରହିଛି। ପୂର୍ବରୁ ରାଜସ୍ଥାନ ସାରଜାହ ଖେଲିଥିବା ଦୁଇଟି ମ୍ୟାଚରୁ ଦୁଇଟି ମ୍ୟାଚ ଜିତିଥିବାରୁ ଆଜିର ମ୍ୟାଚକୁ ଜିତି ବିଜୟ ଧାରାକୁ ଫେରିବ ବୋଲି ଆଶା କରାଯାଉଛି । ସାରଜାହ କ୍ରିକେଟ ଷ୍ଟାଡିୟମରେ ଖେଳା ଯାଇଥିବା ସମସ୍ତ ମ୍ୟାଚରେ ଅଧିକ ରନ ସହ ଛକା ବର୍ଷା ହେଉଛି । ଆଜିର ମ୍ୟାଚରେ ଉଭୟ ଦଳରେ ବହୁ ତାରକା ବ୍ୟଟ୍ସ ମ୍ୟାନ ଥିବାରୁ ଆଜି ମଧ୍ୟ ଛକା ବର୍ଷା ହେବା ବୋଲି ଆଶା କରାଯାଉଛି । ଏହି ମ୍ୟାଚ୍ ଭାରତୀୟ ସମୟ ସନ୍ଧ୍ୟା ୭.୩୦ରୁ ସାରଜାହ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ । ଆଇପିଏଲ୍ ଇତିହାସରେ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ ମଧ୍ୟରେ ଏପର୍ୟ୍ୟନ୍ତ ୨୦ଟି ମ୍ୟାଚ୍ ହୋଇଛି । ରାଜସ୍ଥାନ ୧୧ଟି ଜିତିଥିବାବେଳେ ଦିଲ୍ଲୀ ୯ ଟି ଜିତିଛି । ଦିଲ୍ଲୀ ୫ଟି ମ୍ୟାଚ ରୁ ୪ଟି ବିଜୟ ସହ ପଏଣ୍ଟେ ଟେବୁଲରେ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ରାଜସ୍ଥାନ ୫ଟି ମ୍ୟାଚ ରୁ ଦୁଇଟି ବିଜୟ ସହ ପଏଣ୍ଟେ ଟେବୁଲରେ ସପ୍ତମ ସ୍ଥାନରେ ରହିଛି । ଆଜି ଉଭୟ ଦଳ ଏହି ମ୍ୟାଚକୁ ଜିତି ପଏଣ୍ଟେ ଟେବୁଲର ଉପରକୁ ଯିବା ପାଇଁ ଚେଷ୍ଟା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା