Masthead

IPL ମହାସମର, ଦିଲ୍ଲୀ-ଚେନ୍ନାଇ ମୁହାଁମୁହିଁ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଇପିଏଲରେ ୩ଥର ଚମ୍ପିଆନ ଆଖ୍ୟା ଅର୍ଜନ କରିଥିବା ଚେନ୍ନାଇ ସୁପରକିଙ୍ଗସ ଶନିବାର ମୁମ୍ବାଇର ୱାଙ୍ଖେଡେ ଷ୍ଟାଡ଼ିୟମରେ ଦିଲ୍ଲୀ କ୍ୟାପିଟାଲସ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ। ସିଜିନର ଦ୍ୱିତୀୟ ମ୍ୟାଚ ଦୁଇ ୱିକେଟକିପର ବ୍ୟାଟସମ୍ୟାନଙ୍କ ନେତୃତ୍ବରେ ଉଭୟ ଦଳ ଖେଳିବେ । ଆଜି ଆଇପିଏଲର ଦ୍ୱିତୀୟ ମ୍ୟାଚରେ ମୁହାଁମୁହିଁ ହେବେ ଦିଲ୍ଲୀ କ୍ୟାପିଟାଲ୍ସ ଓ ଚେନ୍ନାଇ ସୁପର କିଙ୍ଗ୍ସ ।

ଦିଲ୍ଲୀ କ୍ୟାପିଟାଲ୍ସ ଋଷଭ ପନ୍ଥଙ୍କୁ ଅଧିନାୟକ ଦାୟିତ୍ୱ ଦେଇଥିବା ବେଳେ ତାଙ୍କ ସାମ୍ନାରେ ରହିବେ ଅଧିନାୟକ ମହେନ୍ଦ୍ର ସିଂହ ଧୋନି । ଗତ ବର୍ଷ ଏହି ଦୁଇ ଦଳ ଭିନ୍ନ ଭିନ୍ନ ପଥରେ ରହିଥିଲେ । ଶ୍ରେୟସ ଆୟର ଆହତ ହୋଇ ଆଇପିଏଲରୁ ବାଦ୍ ପଡ଼ିଥିବାବେଳେ ପନ୍ଥଙ୍କୁ ଦାୟିତ୍ୱ ମିଳିଛି। ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ଗତ ୨୦୨୦ରେ ଫାଇନାଲ ଖେଳିଥିବା ଦିଲ୍ଲୀ ଚମ୍ପିଆନ ହେବାରେ ବିଫଳ ହୋଇଥିଲା। ଚଳିତ ଥର ଦଳରେ ଶିଖର ଧାୱନ ଓ ପୃଥ୍ବୀ ସଙ୍କ ଓପନର ରହିଛନ୍ତି।

୩ ଥର ବିଜେତା ଚେନ୍ନାଇ ଗତ ସିଜିନରେ ସପ୍ତମ ସ୍ଥାନକୁ ଭୁଲି ଭଲ ଆରମ୍ଭ ଆଶା କରୁଥିବା ଜଣାପଡିଛି । ଅକ୍ଷର ପଟେଲ ପ୍ରଥମ ମ୍ୟାଚ ନଖେଳିବାବେଳେ ସ୍ପିନର ଭାବେ ରବିଚନ୍ଦ୍ରନ ଅଶ୍ବିନ ଓ ଅମିତ୍ ମିଶ୍ରା ଦାୟିତ୍ବ ତୁଲାଇବେ। ଅଭିଜ୍ଞ ଧୋନିଙ୍କ ସାମ୍ନାରେ ଅନଭିଜ୍ଞ ପନ୍ଥଙ୍କ ଭାରି ପଡ଼ିବା ଆଶା କରାଯାଉଥିଲେ ମଧ୍ୟ ଚେନ୍ନଇ ସହଜରେ ମ୍ୟାଚ ଛାଡ଼ିବାକୁ ଦେବ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ