Masthead

ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ପ୍ଲେ ଅଫରେ ମୁମ୍ବାଇ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୩ର ୬୯ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୮ ୱିକେଟରେ ପରାସ୍ତ କରିଛି ମୁମ୍ବାଇ ଇଣ୍ଡିଆନ୍ସ । ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ମୁମ୍ବାଇ ଇଣ୍ଡିଆନ୍ସ । ଟିମ୍‌ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ କରିବାକୁ ଦଳ ପଡ଼ିଆକୁ ଓହ୍ଲାଇଥିଲେ। ସେହିପରି ଏସଆରଏଚ ଦଳ ଅଧିନାୟକ ଆଡେନ ମାର୍କ୍ରାମଙ୍କ ନେତୃତ୍ୱରେ ବ୍ୟାଟିଂ କରିବା ଆରମ୍ଭ କରିଥିଲା।

ହାଇଦ୍ରାବାଦ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ୱିକେଟ ହରାଇ ୨୦୦ ରନ କରିଥିଲା । ଧାର୍ୟ୍ୟ ଲକ୍ଷ୍ୟର ପିଛା କରି ଏମଆଇ ୧୮ ଓଭରରେ ୨ ଓ୍ବିକେଟ ହରାଇ ୨୦୧ ରନ କରିଥିଲା। ଏମଆଇ ପକ୍ଷରୁ ଇଶାନ କିଶନ ୧୪ ରନ କରିଥିବାବେଳେ ରୋହିତ ଶର୍ମା ୫୬ ରନ, କ୍ୟାମେରୁନ୍‌ ଗ୍ରୀନ୍‌ ଅପରାଜିତ ୧୦୦ ରନ , ସୂର୍ୟ୍ୟକୁମାର ଯାଦବ ଅପରାଜିତ ୨୫ ରନ କରିଥିଲେ। ସେହିପରି ଏସଆରଏଚ ପକ୍ଷରୁ ଭିବ୍ରାଣ୍ଟ ଶର୍ମା ୬୯ ରନ କରିଥିବାବେଳେ ମୟଙ୍କ ଅଗ୍ରୱାଲ ୮୩ ରନ, ହେନରିଚ କ୍ଲାସେନ ୧୮ ରନ, ଆଡେନ ମାର୍କ୍ରାମ ୧୩ ରନ କରିଥିଲେ। ମୁମ୍ବାଇ ଇଣ୍ଡିଆନ୍ସ ୧୪ଟି ମ୍ୟାଚ୍‌ରୁ ୮ଟି ବିଜୟ ଓ ୬ଟିରେ ପରାଜୟ ସହ ପଏଣ୍ଟ ଟେବୁଲର ୪ର୍ଥ ସ୍ଥାନରେ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ