Masthead

ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ବଦଳି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ); ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ବଦଳି। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ଆଶିଷ ସିଂଙ୍କୁ ବଦଳି କରାଯାଇଛି। ଗୃହ ବିଭାଗ OSD ଭାବେ ଆଶିଷ ସିଂଙ୍କୁ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ତେବେ ରାଜ୍ୟରେ ନିର୍ବାଚନ ଆରମ୍ଭ ହେବା ସମୟରୁ ହିଁ ବିବାଦରେ ଥିଲେ ଆଇପିଏସ୍ ଆଶିଷ ସିଂ । ନିର୍ବାଚନ ସମୟରେ ସେ ବିଜେଡି ପାଇଁ କାମ କରୁଥିବା ବିଜେପି ଅଭିଯୋଗ କରିଥିଲା ।

ଏମିତି କି ତାଙ୍କ ଛୁଟିକୁ ନେଇ ମଧ୍ୟ ପ୍ରଶ୍ନ ଉଠିଥିଲା । ଅସୁସ୍ଥତା ଦର୍ଶାଇ ସେ ଛୁଟି ନେଇଥିବାରୁ, ଏହି ପ୍ରସଙ୍ଗରେ ନିର୍ବାଚନ ଆୟୋଗ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଆଉ ସେ ସମ୍ପୂର୍ଣ୍ଣ ଥିବା ଜାଣିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ ଆୟୋଗ । ଛୁଟି ସରିବା ପରେ ଆଶିଷ ସିଂ କାର୍ଯ୍ୟରେ ଯୋଗ ଦେଇଥିଲେ । ଆଉ ରାଜ୍ୟରେ ନୂଆ ସରକାର ଆସିବା ପରେ ତାଙ୍କର କ୍ଷମତାରେ ଚୋଟ ପଡିଛି । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଏହି ଅଫିସରଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି । ଗତକାଲି ରାଜ୍ୟର ନୂଆ ସରକାରରେ ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ