Masthead

‘ଆତ୍ମରକ୍ଷା ପାଇଁ ଇରାନ ଏଭଳି ନିଷ୍ପତ୍ତି ନେଇଛି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନର ଆତଙ୍କୀ ସଙ୍ଗଠନ ଉପରେ ଇରାନ୍ ଆକ୍ରମଣ ଘଟଣା । ଭାରତ ରଖିଛି ପ୍ରତିକ୍ରିୟା । ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଏକ ବୟାନ ଜାରି କରାଯାଇଛି । ଏଥିରେ କୁହାଯାଇଛି, ଆତ୍ମରକ୍ଷା ପାଇଁ ଇରାନ୍ ଏଭଳି ନିଷ୍ପତି ନେବାକୁ ବାଧ୍ୟ ହୋଇଛି । ବିଦେଶ ମନ୍ତ୍ରାଳୟ ଦ୍ୱାରା ଜାରି ହୋଇଥିବା ବୟାନରେ କୁହାଯାଇଛି – ଏହି ମାମଲା ଇରାନ୍ ଓ ପାକିସ୍ତାନ ମଧ୍ୟରେ ରହିଛି । ହେଲେ, ଭାରତ କଥା ଯଦି କହିବା- ଆତଙ୍କବାଦ ବିରୋଧରେ ଭାରତ ସବୁବେଳେ ଜିରୋ ଟଲରାନ୍ସ ନୀତି ଆପଣାଇ ଆସିଛି ।

ଇରାନ୍ ଯେଉଁ ପଦକ୍ଷେପ ନେଇଛି, ତାହାକୁ ଭାରତ ଭଲ ଭାବେ ବୁଝି ପାରୁଛି । ଆତ୍ମରକ୍ଷା ପାଇଁ ଇରାନ୍ ଏଭଳି ପଦକ୍ଷେପ ନେବାକୁ ଏକ ପ୍ରକାର ବାଧ୍ୟ ହୋଇଛି । ମଙ୍ଗବାର ପାକିସ୍ତାନ ସୀମାରେ ପଶି ଇରାନର ଏୟାର ଷ୍ଟ୍ରାଇକ୍ । କ୍ଷେପଣାସ୍ତ୍ର ମାଡ଼ରେ ଆତଙ୍କୀ ସଂଗଠନ ଜୈଶ ଅଲ ଅଦଲର ତିନି ଠିକଣା ଧ୍ୱସ୍ତ । ଏହି ଏୟାର ଷ୍ଟ୍ରାଇକରେ ୧୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି । ତୁର୍ବତ ଏବଂ ପଞ୍ଚକୁରରେ ଅବସ୍ଥିତ ଆତଙ୍କବାଦୀ ଶିବିରରେ ଏହି ଆକ୍ରମଣ କରାଯାଇଥିଲା। ଏହି ଆତଙ୍କବାଦୀ ଶିବିର ବାଲୁଚିସ୍ତାନର ପାକିସ୍ତାନ ସୀମାଠାରୁ ୧୨୨ କିଲୋମିଟର ଦୂରରେ ଅବସ୍ଥିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର