Masthead

ପଦ୍ମ ଛାଡି ଶଙ୍ଖ ଧରିଲେ ଇରାନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ଯୋଗଦେଲେ ନିକଟରେ ବିଜେପିରୁ ଇସ୍ତଫା ଦେଇଥିବା ଇରାନୀ ରୟ। ୨୦୧୯ରେ ବିଜେପି ଆସନରୁ ନିର୍ବାଚନ ଲଢ଼ିଥିବା ଇରାନୀ ଦଳର ଅବହେଳାକୁ ଦଳ ଛାଡ଼ିବାର କାରଣ ବୋଲି ଦର୍ଶାଇଥିଲେ। ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ମିଶିଛନ୍ତି ଇରାନୀ ରୟ। ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହୋଇଥିଲା। ଏହି ସମୟରେ ଦଳର ସାଂସଦ ସସ୍ମିତ ପାତ୍ର ଏବଂ ବିଧାୟକ ଅରୁଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ତେବେ ବିଜେପିର ଉପରେ ବର୍ଷିବା ସହ ଇରାନୀ କହିଛନ୍ତି, ୮ରୁ ୯ ବର୍ଷ ହେବ ମୁଁ ରାଜନୀତିରେ ଅଛି। ବିଜେପି ପାଇଁ ମୁଁ ମୋର ୧୦୦ ପ୍ରତିଶତ ଦେଇଛି ହେଲେ ମୋତେ ନ୍ୟାୟ ମିଳିନି କି ମୋର କର୍ମୀଙ୍କୁ ଉଚିତ ସମ୍ମାନ ମିଳିନି । ମୋ ସହ ଅନ୍ୟାୟ ହୋଇଛି । ନୟାଗଡରେ ବିଜେପି ବୋଲି କିଛି ନଥିଲା। ସମସ୍ତେ କଂଗ୍ରେସ ଛାଡି ବିଜେପି ସହ ସଂଗଠିତ ହୋଇଥିଲେ। ତାକୁ ନେଇ ଆମେ କାର୍ଯ୍ୟ କରୁଥିଲୁ। ହେଲେ ସମ୍ମାନ ମିଳିଲାନି। ମୁଁ ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ବିଜେଡିରେ ମିଶିଲି। ଟିକେଟ ପ୍ରତି ମୋର ଆଶା ନାହିଁ। ମୁଁ ଦଳ ପାଇଁ କାମ କରିବି।

ତାଙ୍କ ସ୍ୱାମୀ ତଥା ପୂର୍ବତନ କଂଗ୍ରେସ ନେତା ମନୋଜ ମଧ୍ୟ ୨୦୧୪ ନୟାଗଡ଼ ବିଧାନସଭା ନିର୍ବାଚନ ଲଢ଼ିଥିଲେ। ଉଭୟ କିନ୍ତୁ ନିର୍ବାଚନରେ ସେମାନେ ବିଜେଡି ପ୍ରାର୍ଥୀ ଅରୁଣ କୁମାର ସାହୁଙ୍କ ଠାରୁ ପରାସ୍ତ ହୋଇଥିଲେ। ଏବେ କିନ୍ତୁ ବିଜେଡିରେ ଯୋଗ ଦେଇଛନ୍ତି। ବିଜେପିରୁ ନୟାଗଡ଼ ବିଧାନସଭା ଆସନ ପାଇଁ ଇରାନୀ ଆଶାବାଦୀ ଥିଲେ। କିନ୍ତୁ ପୂର୍ବତନ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ କୁମାରୀଙ୍କୁ ପ୍ରାର୍ଥୀ କରିବ ବୋଲି ବିଜେପି ଯୋଜନା କରିଥିବା କୁହାଯାଉଛି। ତେଣୁ ଇରାନୀ ଟିକେଟ୍ ପାଇବା ନେଇ ଅନିଶ୍ଚତତା ଥିଲେ । ଆଉ ଏହି ସମୟରେ ସେ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ସାମିଲ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ