Masthead

ଅଙ୍ଗନୱାଡିରେ ଅନିୟମିତତା, ତୁରନ୍ତ ସମାଧାନ ନହେଲେ ଆନ୍ଦୋଳନ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଅଙ୍ଗନୱାଡି ଖାଦ୍ୟରେ ଅନିୟମିତତା ଅଭିଯୋଗ । ସାତଦିନ ମଧ୍ୟରେ ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ । ଶିଶୁ ଏବଂ ଗର୍ଭବତୀମାନଙ୍କୁ ପୃଷ୍ଟିକର ଖାଦ୍ୟ ଯୋଗାଇ ଦେବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ସରକାର । ମାତ୍ର ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରୁନି ଯୋଜନାର ସୁଫଳ । ଅଙ୍ଗନୱାଡି ଖାଦ୍ୟ ବଣ୍ଟନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ । ସମାଧାନ ନହେଲେ ସି.ଡ଼ି. ପି. ଓ ଅଫିସ ସମ୍ମୁଖରେ ଧାରଣାରେ ବସିବାକୁ ଦେଲେ ଚେତାବନୀ ।

ଏମିତି ଘଟଣା ଦେଖିବାକୁ ମିଳିଛି ଚାନ୍ଦବାଲି ବ୍ଲକର ଖଦାଳପୋଖରୀ ପଞ୍ଚାୟତର ବ୍ରହ୍ମଟିକ୍ରି ଗ୍ରାମରେ । ଉକ୍ତ ଗ୍ରାମର ଅଙ୍ଗନୱାଡି କର୍ମୀ ପ୍ରୀତିରେଖା ବଳ ନିଜର କାର୍ଯ୍ୟ ସୂଚାରୁ ରୂପେ ତୁଲାଉ ନଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ବିଶେଷକରି ଖାଦ୍ୟ ବଣ୍ଟନରେ ଘୋର ଅନିୟମିତତା କରୁଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ପ୍ରତିମାସ ଶିଶୁ ଏବଂ ଗର୍ଭବତୀ ମାନଙ୍କ ପାଇଁ ଆସୁଥିବା ଖାଦ୍ୟ ସାମଗ୍ରୀ ଠିକଭାବେ ବଣ୍ଟନ କରା ଯାଉନଥିବା ଅଭିଯୋଗ ହୋଇଛି । ଅନ୍ୟପଟେ ଅଙ୍ଗନୱାଡି ଦିଦି ଏହାକୁ ଖଣ୍ଡନ କରିଛନ୍ତି କହିଛନ୍ତି ।

ଅନ୍ୟପଟେ ଏ ବାବଦରେ ଗ୍ରାମବାସୀମାନେ ସୁପରଭାଇଜରଙ୍କ ଠାରୁ ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ଅଭିଯୋଗ କରିସାରିଲେଣି କେହି କର୍ଣ୍ଣପାତ କରୁନାହାଁନ୍ତି । ଯଦି ଆଗାମୀ ସାତଦିନ ମଧ୍ୟରେ ପ୍ରଶାସନ ତରଫରୁ କୌଣସି ସମାଧାନ କରା ନ ଯିବ ସି. ଡି. ପି. ଓ ଅଫିସି ସମ୍ମୁଖରେ ଧାରଣ ଦେବାକୁ ବାଧ୍ୟ ହେବୁ ବୋଲି ଚେତାବନୀ ଦେଇଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ