ପାଲେଷ୍ଟାଇନ ନାଗରିକଙ୍କୁ ୨୪ ଘଂଟା ସମୟ ଦେଲା ଇସ୍ରାଏଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭୟଙ୍କର ହେଉଛି ଯୁଦ୍ଧ ପରିସ୍ଥିତି । ଥମିବାର ନାଁ ନେଉନାହିଁ । ଘନ ଘନ ମିସାଇଲ ମାଡ଼ କରୁଛି ଇସ୍ରାଏଲ ସେନା । ପ୍ରତିଶୋଧ ନେଉଛି ଇସ୍ରାଏଲ । ଯୁଦ୍ଧରେ ମୋଟ ୪ ହଜାରରୁ ଅଧିକ ଲୋକଙ୍କ ଜୀବନ ଗଲାଣି । ଇସ୍ରାଏଲରେ ୧୨୦୦, ପାଲେଷ୍ଟାଇନରେ ୧୪୦୦ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଇସ୍ରାଏଲରେ ପଶିଥିବା ୧୫୦୦ ହମାସ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମଳିଛି । ସେପଟେ ସହର ଭଙ୍ଗା କୋଠା ଘରର ଗନ୍ତାଘର ପାଲଟିଯାଇଛି । ଇସ୍ରାଇଲ ସେନା ଏପର୍ଯ୍ୟନ୍ତ ୬ ହଜାରୁ ଅଧିକ ରକେଟ ମାଡ କରିସାରିଲାଣି ।

ଏହାରି ଭିତରେ ବିଶେଷକରି ଆତଙ୍କବାଦୀ ଲୁଚିଥିବା ଉତ୍ତର ଗାଜାର ଥିବା ପ୍ରାୟ ୧୧ ଲକ୍ଷ ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ ଦେଇଛି ଇସ୍ରାଏଲ । ୨୪ ଘଂଟା ମଧ୍ୟରେ ଘର ଛାଡିବାକୁ ଇସ୍ରାଏଲ ନିର୍ଦ୍ଦେଶ ଦେଇଥିବା ନେଇ ଜାତିସଂଘ ପକ୍ଷରୁ ଶୁକ୍ରବାର କୁହାଯାଇଛି । କିନ୍ତୁ ଏତେ କମ ସମୟ ମଧ୍ୟରେ ଏତେ ଲୋକଙ୍କୁ ବିସ୍ତାପିତ କରିବା ସମ୍ଭବ ନୁହେଁ ବୋଲି ଜାତିସଂଘ ମୁଖପାତ୍ର କହିଛନ୍ତି ।

ସାଧାରଣ ନାଗରିକ ଗାଜାରୁ ବିସ୍ତାପିତ ହେବା ପରେ ଯୁଦ୍ଧ ଆହୁରି ଭୟଙ୍କର ହେବ ବୋଲି କୁହାଯାଉଛି । ପାଲେଷ୍ଟାଇନର ଗାଜା ସହରକୁ ମାନଚିତ୍ରରୁ ଲିଭାଇ ଦେବାକୁ ଯୋଜନା ପ୍ରସ୍ତୁତ କରିଛି ଇସ୍ରାଏଲ । ଏବେ ବନ୍ଧକ ଥିବା ଇସ୍ରାଏଲ ନାଗରିକ ଏବଂ ଯବାନଙ୍କୁ ଉଦ୍ଧାର କରୁଛି ଇସ୍ରାଏଲ ସେନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ