ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧରେ ହଜାରେ ଟପିଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉଗ୍ର ହେଉଛି ଇସ୍ରାଏଲ ଓ ହମାସ ଯୁଦ୍ଧ । ଏପର୍ଯ୍ୟନ୍ତ ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧରେ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି । ଉଭୟ ପକ୍ଷରୁ ୧୧ ଶହ ମୃତ୍ୟୁ ନେଇ ଗଣମାଧ୍ୟମରେ ସୂଚନା ଦିଆଯାଇଛି । ଶନିବାର ଠାରୁ ଇସ୍ରାଏଏ ଉପରେ ହମାସ ରକେଟ ମାଡ଼ କରିବା ପରେ ତାହାର ପାଲଟା ଆକ୍ରମଣ କରିଛି ଇସ୍ରାଏଲ । ହମାସ ଆକ୍ରମଣରେ ଇସ୍ରାଏଲର ୭୦୦ ଜଣ ଲୋକ ପ୍ରାଣ ହରାଇଥିବାବେଳେ ୨୦୦୦ ରୁ ଅଧିକ ଆହତ ହୋଇଛନ୍ତି । ଏହା ବ୍ୟତୀତ ୧୦୦ ଜଣ ଲୋକଙ୍କୁ ଅପହରଣ କରାଯାଇଛି । ତେବେ ବଢିବାରେ ଲାଗିଛି ହମାସ୍‌ ବର୍ବରତା ।

ଇସ୍ରାଏଲର ଏକ ମ୍ୟୁଜିକ୍‌ ଫେଷ୍ଟିଭାଲ ଉପରେ ଆକ୍ରମଣ କରିଛି ହମାସ । ହଜାର ହଜାର ଲୋକ ଫେଷ୍ଟିଭାଲ୍‌ରେ ଥିଲା ବେଳେ ଗୁଳିମାଡ଼ କରିଛି ହମାସ । ଫଳରେ ୨୬୦ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତଥାପି ସରିନି ସର୍ଚ୍ଚ ଅପରେସନ୍‌ । ଆଗକୁ ମୃତାହତଙ୍କ ସଂଖ୍ୟା ବଢ଼ିବା ନେଇ ସେନାର ଆକଳନ କରାଯାଇଛି । ଆଖିବୁଜା ଗୁଳିମାଡ଼, ଜୀବନ ବଞ୍ଚାଇବା ପାଇଁ ପଳାୟନର କରୁଣ ଚିତ୍ରର ଭିଡିଓ ଭାଇରାଲ ପରେ ସବୁ ମହଲରେ ଉଦ୍‌ବେଗ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ