Masthead

ଗାଜାବାସୀଙ୍କୁ ଭାରତ ସାହାଯ୍ୟ କରିବା ଉଚିତ: ଅସଦୁଦ୍ଦିନ ଓୱାଇସି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗାଜା ଉପରେ ଇସ୍ରାଏଲର ଆକ୍ରମଣ ପରେ ଗାଜାରେ ଏପର୍ଯ୍ୟନ୍ତ ୨୨୦୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଇସ୍ରାଏଲ୍ ହାମାସକୁ ଧମକ ଦେଇଛି ଏବଂ କହିଛି ଯେ ଯଦି ବନ୍ଧକମାନଙ୍କୁ ମୁକ୍ତ ନକରନ୍ତି, ତେବେ ଗାଜା ଅଞ୍ଚଳକୁ ବିଦ୍ୟୁତ୍, ଜଳ ଏବଂ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯିବ ନାହିଁ। ବର୍ତ୍ତମାନ ସାଂସଦ ତଥା ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଗାଜାବାସୀଙ୍କୁ ସହାୟତା ପ୍ରଦାନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନିବେଦନ କରିଛନ୍ତି।

ହାଇଦ୍ରାବାଦରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ଆସାଦୁଦ୍ଦିନ ଓୱାଇସି ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ଶୟତାନ ଏବଂ ଯୁଦ୍ଧ ଅପରାଧୀ ବୋଲି କହିଛନ୍ତି। ଓୱାଇସି ଆହୁରି କହିଛନ୍ତି ଯେ ମୁଁ ଗାଜା ଲୋକଙ୍କ ସହ ଏକତା ପ୍ରଦର୍ଶନ କରିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିବେଦନ କରୁଛି। ସେ କହିଛନ୍ତି ଯେ ଗାଜାବାସୀଙ୍କୁ ଭାରତ ସାହାଯ୍ୟ କରିବା ଉଚିତ । ଅସଦୁଦ୍ଦିନ ଓୱାଇସି ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଲେଖିଛନ୍ତି ଯେ ଆମେ ଜୀବିତ ଥିବା ପର୍ଯ୍ୟନ୍ତ ଦୁନିଆ ଜୀବିତ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ