Masthead

ମଦଭାଟିରୁ ବାହାରିଲାଣି ୨୦୦କୋଟିରୁ ଉର୍ଦ୍ଧ୍ୱ ଟଙ୍କା, ଗଣିବାକୁ ଲାଗିବ ଆହୁରି ୩ରୁ ୪ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟଙ୍କା, ଟଙ୍କା ଖାଲି ଟଙ୍କା । ଖାଲି ଟଙ୍କାର ପାହାଡ଼ । ଯେତେ ଖୋଳିଲେ, ସେତେ ବାହାରୁଛି । ଟଙ୍କା ଗଣି ଗଣି ବ୍ୟାଙ୍କ ଓ ଆଇଟି ଅଧିକାରୀ ହାଲିଆ । ରାଜ୍ୟରେ ଚାଲିଥିବା ଆୟକର ବିଭାଗର ଖୋଳତାଡ଼ରେ ପ୍ରତିଦିନ ବାହାରୁଛି ନୂଆ ନୂଆ ତଥ୍ୟ । ୪୮ ଘଣ୍ଟାରୁ ଅଧିକ ସମୟ ଧରି ଚାଲିଛି ଯାଞ୍ଚ ଓ ତା’ ସହ କୋଟି କୋଟି ଟଙ୍କାର ଗଣତି । ବଲାଙ୍ଗିର ଜିଲ୍ଲା ସୁଦପଡ଼ା ମଦ ଭାଟିରେ ରେଡ୍ ବେଳେ ଆୟକର ବିଭାଗ ହାତରେ ଲାଗିଛି ଟଙ୍କା ଭର୍ତ୍ତି ସିନ୍ଦୁକ । ଆଳୁ ଖୋଳୁ ଖୋଳୁ ମହାଦେବ ଭଳି ମଦ ବ୍ୟବସାୟୀଙ୍କ ଆୟକର ଫାଙ୍କି ଧରିବାକୁ ଆସିଥିବା ଅଧିକାରୀ ବିପୁଳ ପରିମାଣର ଟଙ୍କାର ସନ୍ଧାନ ପାଇଛନ୍ତି । ଜବତ ହୋଇଥିବା ୨୦୦ କୋଟିରୁ ଅଧିକ ଟଙ୍କାକୁ ଗଣତି କରିବାରେ ଲାଗିଛନ୍ତି ଆୟକର ବିଭାଗ । ସମ୍ବଲପୁର, ବଲାଙ୍ଗିର, ରାଉରକେଲା, ବୌଦ୍ଧ, ସୁନ୍ଦରଗଡ଼ ସମେତ ବିଭିନ୍ନ ଅଞ୍ଚଳରେ ଚଢ଼ାଉ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ