Masthead

ଛାତ ଉପରୁ ରଥଯାତ୍ରା ଦେଖିବା ମନା

ପୁରୀ(ବଡ଼ ଖବର ବ୍ୟୁରୋ): ଜୁଲାଇ ୧୨ ତାରିଖରେ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏନେଇ ଆଜି ଜାରି କରାଯାଇଛି ଏସଓପି । ତେବେ ଏଥିରେ ଘର ଛାତ ଉପରୁ ରଥଯାତ୍ରା ଦେଖିବା ମନାକରାଯାଇଛି । ବଡ଼ଦାଣ୍ଡର ଉଭୟ ପାଶ୍ୱର୍ରେ ଥିବା ଘର ଛାତରୁ ରଥଯାତ୍ରା ଦେଖିବାକୁ ମଧ୍ୟ ମନା । ପୂର୍ବ ନିଷ୍ପତ୍ତିରେ ପରିବର୍ତ୍ତନ କରିଛି ଜିଲ୍ଲା ପ୍ରଶାସନ । ରଥଯାତ୍ରା ବେଳେ ଶ୍ରଦ୍ଧାଳୁ ଘର ଭିତରେ ରହିବେ । ତେବେ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ହେବ ମହାପ୍ରଭୁଙ୍କ ରଥଯାତ୍ରା ।

ତେଣୁ ଅଣସରଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଂଟ ଉପରେ ମୋହର ବାଜିବ । ସେପଟେ ଅପରାହ୍ନ ସାଢେ ୪ଟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ବୈଠକରେ ସାମିଲ ହେବେ ସମସ୍ତ ନିଯୋଗ ସହ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ । ବୈଠକରେ ପୂର୍ବରୁ ହୋଇଥିବା ନୀତି ନିର୍ଘଣ୍ଟ ଉପରେ ମୋହର ବାଜିବା ସମ୍ଭାବନା ରହିଛି ।

ସମସ୍ତ ନିଯୋଗର ସେବାୟତମାନେ କିଭଳି ପରସ୍ପର ସହ ସମନ୍ୱୟ ରକ୍ଷା କରି ମହାପ୍ରଭୁଙ୍କ ନୀତିକାନ୍ତିକୁ ଶୃଙ୍ଖଳାର ସହ ସମ୍ପାଦନ କରିବେ, ସେନେଇ ବୈଠକରେ ଆଲୋଚନା କରାଯିବ । ସେବାୟତ, ପୋଲିସ ଓ ପ୍ରଶାସନ କର୍ମଚାରୀଙ୍କ କୋଭିଡ ପରୀକ୍ଷା କରି ଯେଉଁମାନଙ୍କର ରପୋର୍ଟ ନେଗେଟିଭ ଆସିବ ଏବଂ ଟିକାର ଦୁଇଟି ଡୋଜ୍ ନେଇଥିଲେ ଯାତ୍ରାରେ ସାମିଲ ହେବା ପାଇଁ ସୁଯୋଗ ଦିଆଯିବ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ