Masthead

ସମ୍ବେଦନଶୀଳ ଘଟଣା ଉପରେ ରାଜନୀତି କରିବା ଅନୁଚିତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ବିରୋଧୀ କଂଗ୍ରେସ ଓ ବିଜେପି ରାଜ୍ୟ ସରକାରଙ୍କୁ ଘେରିଛନ୍ତି । ଗୃହ ଚାଲିପାରୁନି । ବାଧ୍ୟ ହୋଇ ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଧାନସଭାରେ ବକ୍ତବ୍ୟ ରଖିଛନ୍ତି । ଉଚ୍ଚ ସାମ୍ବିଧାନିକ ପଦବୀ ଅଳଙ୍କୃତ କରିଥିବା ଜଣେ ବ୍ୟକ୍ତି ଦାୟିତ୍ବରେ ଥିବା ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ଆକ୍ରମଣ କରିବା ଅତ୍ୟନ୍ତ ନିନ୍ଦନୀୟ ଓ ଅଶୋଭନୀୟ । ଓଡ଼ିଶା ସବୁବେଳେ ମହିଳାମାନଙ୍କୁ ସମ୍ମାନ ଜଣାଇଆସିଛି ଏବଂ ଏଭଳି ଲଜ୍ଜାଜନକ ଆଚରଣକୁ ଓଡ଼ିଶାବାସୀ କେବେ କ୍ଷମା ଦେବେ ନାହିଁ।

ଆମର ଅନେକ ଏପରି ବିଷୟ ଅଛି ଯେଉଁଥିରେ କି ଆମେ ଭିନ୍ନମତ ହେବା, ଯୁକ୍ତି କରିବା ବା ବିତର୍କ ମଧ୍ୟ କରିପାରିବା; କିନ୍ତୁ ଆମେ କେବେ ବି ଏକ ସମ୍ବେଦନଶୀଳ ଘଟଣା ଉପରେ ରାଜନୀତି କରିବା ଉଚିତ ନୁହେଁ । ମୋ ସରକାରର ଏକମାତ୍ର ଲକ୍ଷ୍ୟ ହେଉଛି ଏହିଭଳି ଅପରାଧ କରୁଥିବା ଅପରାଧୀମାନଙ୍କୁ ଆଇନର କାଠଗଡାକୁ ଆଣିବା ଏବଂ ସେମାନଙ୍କୁ କଠୋର ଦଣ୍ଡ ଦେବା । ଓଡ଼ିଶାବାସୀ ବାରମ୍ବାର ମୋ ଉପରେ ବିଶ୍ବାସ ରଖିଛନ୍ତି ଓ ଦାୟିତ୍ବ ଅର୍ପଣ କରିଛନ୍ତି ଏବଂ ମୁଁ ବିନା ଭୟ ବା ପକ୍ଷପାତରେ ସେମାନଙ୍କର ଏହି ଭରସାକୁ ବଜାୟ ରଖିବା ପାଇଁ କାମ କରିଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ