Masthead

ବିଜେଡି ନେତାଙ୍କ ଶିକ୍ଷାନୁଷ୍ଠାନରେ ଆଇଟି ରେଡ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ନେତା ସୁବ୍ରତ ଛାଟୋଇଙ୍କ ଶିକ୍ଷାନୁଷ୍ଠାନ ଉପରେ ଆଇଟି ରେଡ୍‌ । ଭୁବନେଶ୍ବର ଘର ଓ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚାଲିଛି ଚଢ଼ାଉ । ପୂର୍ବରୁ ବି ଆୟକର ଟିମ୍ ପକ୍ଷରୁ ରେଡ୍‌ ହୋଇଥିଲା । ଗତବର୍ଷ ମଧ୍ୟ ତାଙ୍କ ଶିକ୍ଷାନୁଷ୍ଠାନରେ ହୋଇଥିଲା ଚଢ଼ାଉ । ଭୁବନେଶ୍ୱର ସ୍ଥିତ ତାଙ୍କ ଘର ଓ ବ୍ୟବସାୟିକ ପ୍ରତିଷ୍ଠାନରେ ରେଡ୍ ଚାଲିଥିବା ସୂଚନା ମିଳିଛି । ତେବେ ଏନେଇ ସୁବ୍ରତ ଛାଟୋଇଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।ଭୋର ୪ ଟାରୁ ଏହି ରେଡ ଆରମ୍ଭ ହୋଇଛି । ତେବେ କେତୋଟି ଟିମ ଏହି ରେଡରେ ସାମିଲ ଅଛନ୍ତି ତାହାର କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

ଏକା ସାଙ୍ଗରେ ତାଙ୍କର ଘର ଓ ବ୍ୟବସାୟିକ ପ୍ରତିଷ୍ଠାନୱରେ ରେଡ ଚାଲିଛି । ଗତବର୍ଷ ମେ ମାସରେ ମଧ୍ୟ ସମାନ ତରିକାରେ ଉକ୍ତ କୋଚିଂ ସେଣ୍ଚରରେ ଜିଏସଟି ରେଡ ହୋଇଥିଲା । ଲକ୍ଷ ଲକ୍ଷ ଟଙ୍କାର ଟ୍ୟାକ୍ସ ଫାଙ୍କିବା ନେଇ ସେତେବେଳେ ମଧ୍ୟ ସୁବ୍ରତଙ୍କ ଉପରେ ଅଭିଯୋଗ ହୋଇଥିଲା । ପରେ ପରେ ଏନେଇ ମାମଲା ରୁଜୁ କରାଯିବା ସହ ସୁବ୍ରତଙ୍କୁ ମଧ୍ୟ ପଚରାଉଚରା କରାଯାଇଥିଲା । ତେବେ ବର୍ତ୍ତମାନର ଆୟକର ବିଭାଗ ତରଫରୁ ହୋଇଥିବା ରେଡରେ ସବିଶେଷ ତଥ୍ୟ ମିଳିପାରିନାହିଁ । କେବଳ ଏକା ସାଙ୍ଗରେ ତାଙ୍କ ଘର ଓ ବ୍ୟବସାୟିକ ପ୍ରତିଷ୍ଠାନରେ ରେଡ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ