Masthead

ଉଗ୍ର ରୂପ ନେଉଛି କରୋନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କମିବାରେ ନାଁ ଧରୁନି । ବଢି ଚାଲିଛି କରୋନା ଗ୍ରାଫ । ସାଧାରଣ ଲୋକଙ୍କ ଚିନ୍ତା ବଢିଚାଲିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣ ବଢୁଥିବାରୁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୧ହଜାର ୪୬୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬୯ଜଣଙ୍କ ମୃତ୍ୟୁ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନାଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦କୁ ବୃଦ୍ଧି ପାଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୩ ଲକ୍ଷ ୦୩ ହଜାର ୧୩୧ରେ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୩ ହଜାର ୩୯୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୫ ଲକ୍ଷ ୨୫ ହଜାର ୩୯କୁ ଅଧିକ । ଦେଶରେ ଏବେ ସକ୍ରିୟଙ୍କ ସଂଖ୍ୟା ରହିଛି ୬,୧୪,୬୯୬ ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬,୮୭,୮୯,୧୩୮ ଲୋକଙ୍କୁ ଟିକା ଦିଆଯାଇଛି । ସେହିପରି ଆଜି ରାଜ୍ୟରୁ ୪୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ଡାକିଛି ଜରୁରୀ ବୈଠକ । ଏଥିରେ ଯୋଗଦେବେ ୧୧ ରାଜ୍ୟର ମୁଖ୍ୟମନ୍ତ୍ରୀ । କରୋନାର ରଫତାରକୁ ନେଇ ହୋଇପାରେ ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା