Masthead

ଆହୁରି ବର୍ଷିବ, ୨୪ଘଣ୍ଟା ଯାଏଁ ରାଜ୍ୟରେ ରହିବ ଲଘୁଚାପ ପ୍ରଭାବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁହାଁ ହୋଇଛି ୱେଲୋମାର୍କ ଲୋକ-ପ୍ରେସର । ଆସନ୍ତା ୨୪ଘଣ୍ଟା ଯାଏଁ ଏହାର ପ୍ରଭାବ ରହିବ ଓଡ଼ିଶା ଉପରେ । ସେପଟେ ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ଲାଗି ରହିଛି । ରାଜ୍ୟର ଅନେକ ଜିଳ୍ଲାର ବି ବର୍ଷା ଲାଗି ରହିଛି । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ । ଏଣୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଗୁରୁବାର ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଭଳି ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୩୧ ତାରିଖ ଦିନ ମଧ୍ୟ ନୂଆପଡ଼ା, ନବରଙ୍ଗପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର