Masthead

ଆହୁରି ବର୍ଷିବ, ୨୪ଘଣ୍ଟା ଯାଏଁ ରାଜ୍ୟରେ ରହିବ ଲଘୁଚାପ ପ୍ରଭାବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁହାଁ ହୋଇଛି ୱେଲୋମାର୍କ ଲୋକ-ପ୍ରେସର । ଆସନ୍ତା ୨୪ଘଣ୍ଟା ଯାଏଁ ଏହାର ପ୍ରଭାବ ରହିବ ଓଡ଼ିଶା ଉପରେ । ସେପଟେ ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ଲାଗି ରହିଛି । ରାଜ୍ୟର ଅନେକ ଜିଳ୍ଲାର ବି ବର୍ଷା ଲାଗି ରହିଛି । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ । ଏଣୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ଗୁରୁବାର ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଭଳି ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୩୧ ତାରିଖ ଦିନ ମଧ୍ୟ ନୂଆପଡ଼ା, ନବରଙ୍ଗପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ