Masthead

୨ଦିନ ବର୍ଷିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳ ଉପରେ ଏହା ଅବପାତର ରୂପ ନେବ।

ଏହାର ପ୍ରଭାବରେ ରବିବାର ଦିନ ରାଜ୍ୟର ୮ ଜିଲ୍ଲା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାତ‌ର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ସୋମବାର ଗଞ୍ଜାମ, ବାଲେଶ୍ବର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ