୩ ଦିନ ଯାଏଁ ବର୍ଷିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୪୮ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ମୁହାଁ ହୋଇ ପଶ୍ଚିମବଙ୍ଗ, ଝାରଖଣ୍ଡ ତଥା ବିହାର ଆଡ଼କୁ ଗତି କରିବ । ଯାହାର ପ୍ରଭାବରେ ୩ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପ୍ଧଜ୍ଞ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୩୦ ତାରିଖ ଯାଏ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ୪୦ରୁ ୫୦ କି.ମି ବେଗରେ ପବନ ବହିବ । ଯେଉଁ କାରଣରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସେହିଭଳି ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୩୦ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷିବା ସହ ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୩୧ ତାରିଖ ଦିନ ମଧ୍ୟ ନୂଆପଡ଼ା, ନବରଙ୍ଗପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’