Masthead

୫ ଦିନ ପ୍ରବଳ ବର୍ଷିବ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ, ପ୍ରଭାବରେ ଭିଜୁଛି ସାରା ଓଡ଼ିଶା । ଗତ ୨୪ ଘଣ୍ଟାରେ ସକ୍ରିୟ ହୋଇଛି ମୌସୁମୀ, ସ୍ୱଭାବିକ ତୁଳନାରେ ଅଧିକ ପରିମାଣରେ ହୋଇଛି ବର୍ଷା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭. ୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱଭାବିକ ଠାରୁ ୧୦୩ ପ୍ରତିଶତ ଅଧିକ । ଝାଡ଼ସୁଗୁଡାର କିରମିରାରେ ସର୍ବାଧିକ ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ପଛକୁ ରହିଛି ଲଇକେରା। ସେଠାରେ ମଧ୍ୟ ୧୮୪.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ରାଜ୍ୟରେ ୧୧ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଥିଲା ବେଳେ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ।ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳ ଛେଚିବ ବର୍ଷା । ଏହାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼, ଝାରରସୁଗୁଡା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, କେରାପୁଟ ଓ ନବରଙ୍ଗପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର ଓ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପଣିପାଗ ବିଭାଗ ।

ପାଣିପାଗ ବିବାଗରେ ସତର୍କତା ପରେ ଆକ୍ସନ ମୁଡରରେ ଏସଆରସି । ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ବନ୍ୟା ଆସଙ୍କାରୁ ଦୃଷ୍ଟିରେ ରଖି ତଳିଆ ଅଂଚଳରେ ସଠିକ ବ୍ୟବସ୍ତ କରିବା ପାଇଁ ନିର୍ଦେଶ ଦିଆଯାଥିବା ବେଳେ ସରକାରୀ କର୍ମଚାରୀଙ୍କୁ ହାଇଆର୍ଲଟରେ ରଖାଯାଇଛି । କର୍ମଚାରୀ ମାନଙ୍କୁ ହେଡକାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି। ବ୍ୟୁରୋ ରିପୋର୍ଟ ବଡ଼ ଖବର

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ