Masthead

ବର୍ଷିବ, ପ୍ରବଳ ଛେଚିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବର୍ଷିବ, ପ୍ରବଳ ଛେଚିବ । ସେପ୍ଟେମ୍ବରରେ ଖାଲି ବର୍ଷା ହିଁ ବର୍ଷା । ଆଗକୁ ଆସୁଛି ବଡ଼ ବର୍ଷା। ୨୬ରୁ ସାରା ରାଜ୍ୟରେ ଜୋରଦାର ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ସୋମବାର ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇଯାଇଛି।

ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଅପରପକ୍ଷେ ଆସନ୍ତା ୨୫ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ତଥା ତତ୍‌ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ଫଳରେ ରାଜ୍ୟରେ ଆସନ୍ତା ୨୬ତାରିଖରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି କେନ୍ଦ୍ର କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି