Masthead

ଆଜିଠୁ ବଢ଼ିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ବର୍ଷା ସମ୍ଭାବନା । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆକଳନ । ଘୂର୍ଣ୍ଣିବଳୟ ପ୍ରଭାବ ଯୋଗୁଁ ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା । ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କନ୍ଧମାଳ, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟ ୧୭ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଅନେକ ସ୍ଥାନରେ ବର୍ଷା ହେବ । ୧୬ ଓ ୧୭ ତାରିଖରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଉପକୂଳ ଓଡିଶା ତତ-ସଂଲଗ୍ନ ଦକ୍ଷିଣ ଗଙ୍ଗୀୟ-ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ