Masthead

ଆଜିଠୁ ବଢ଼ିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩ ଦିନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ବର୍ଷା ସମ୍ଭାବନା । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆକଳନ । ଘୂର୍ଣ୍ଣିବଳୟ ପ୍ରଭାବ ଯୋଗୁଁ ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା । ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କନ୍ଧମାଳ, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟ ୧୭ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଅନେକ ସ୍ଥାନରେ ବର୍ଷା ହେବ । ୧୬ ଓ ୧୭ ତାରିଖରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଉପକୂଳ ଓଡିଶା ତତ-ସଂଲଗ୍ନ ଦକ୍ଷିଣ ଗଙ୍ଗୀୟ-ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା