Masthead

ବାତ୍ୟା ‘ରେମାଲ’ ଭୟଙ୍କର ରୂପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭୀଷଣ ବାତ୍ୟାର ପରିଣତ ହେଲା ବାତ୍ୟା ‘ରେମାଲ’ । ଆଜି ମଧ୍ୟରାତ୍ରୀରେ ପଶ୍ଚିମବଙ୍ଗ-ବାଂଲା ଉପକୂଳରେ ଛୁଇଁବ ସ୍ଥଳଭାଗ । ପଶ୍ଚିମବଙ୍ଗ ଉପକୂଳ ପାଇଁ ରେଡ ୱାର୍ଣ୍ଣିଂ ଜାରି । ଉତର-ପଶ୍ଚିମ ଓ ସଂଲଗ୍ନ ଉତର-ପୂର୍ବ ବଙ୍ଗୋପସାରରେ ବାତ୍ୟା ଅଧିକ ଘନୀଭୂତ ହେବା ସହ ୬ ଘଂଟା ଧରି ୬ କିଲୋମିଟର ବେଗରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ଗତି କରୁଛି । ବର୍ତମାନ ଏହାର ପଶ୍ଚିମବଙ୍ଗ ସାଗରଦ୍ୱୀପ ଠାରୁ ୨୯୦ ଏବଂ ବାଂଲାଦେଶ ଖେପୁପାରା ଠାରୁ ୩୦୦ କିମି ଦୂରରେ ରହିଛି ।

ଦୀଘାଠୁ ୩୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣପୂର୍ବ ପଶ୍ଚିମବଙ୍ଗରେ ରହିଛି ।  ବାତ୍ୟା ନେଇ ପଶ୍ଚିମବଙ୍ଗରେ ରେଡ୍ ଆଲର୍ଟ ଜାରି କରାଯାଇଛି । ଦକ୍ଷିଣ ୨୪ ପ୍ରଗଣା, ଉତ୍ତର ଚବିଶ ପ୍ରଗଣା, ପୂର୍ବ ମେଦିନୀପୁର, କୋଲକାତା, ହାୱଡା, ହୁଗୁଳି ଜିଲ୍ଲାରେ ସତର୍କ ରହିଛି ପ୍ରଶାସନ । ସାମୟିକ ଭାବେ ବିମାନ ଓ ରେଳ ଚଳାଚଳ ବନ୍ଦ ରଖାଯାଇଛି । ଦୀଘା ସମୁଦ୍ରକୂଳରେ ପର୍ୟ୍ୟଟକଙ୍କୁ ବାରଣ କରାଯାଇଛି । ଉଦ୍ଧାରକାର୍ଯ୍ୟ ପାଇଁ ୧୨ଟି ଏନଡିଆରଏଫ ଟିମ୍ ମୁତୟନ ଅଛନ୍ତି । ଏପଟେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ ।

ଏହା ପ୍ରଭାବରେ ଆଜି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ୨୭ ତାରିଖ ପର୍ୟ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ୨୬ରେ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୭ରେ ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ସୂଚନାଯୋଗ୍ୟ ମେ’୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁଛି । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ