Masthead

ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ ରବିବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ଯନ୍ତ୍ରୀଙ୍କର ରହିଛି ଅମାପ ସମ୍ପତ୍ତି। ୫ଟି ବହୁତଳ ବିଲ୍ଡିଂ ସହ ୧୪ଟି ଦାମୀ ପ୍ଲଟ୍‌ ରହିଛି। ଏହି କୁବେର ଯନ୍ତ୍ରୀ ଜଣକ ଟଙ୍କା ଗଦିରେ ଶୋଉଥିଲେ। ତାଙ୍କ ଘରୁ ନଗଦ ୨ କୋଟି ଟଙ୍କା ସହ ୫୦୦ ଗ୍ରାମ ସୁନା ଜବତ କରିଛି ଭିଜିଲାନ୍ସ। ସେହିପରି ଚନ୍ଦ୍ରଶେଖପୁର ଏକ ବ୍ୟାଙ୍କ ଲକରରୁ ଠାବ ହୋଇଛି ସାଢ଼େ ୩୦୦ ଗ୍ରାମର ସୁନା।

ଭିଜିଲାନ୍ସ ITDA ବାଲିଗୁଡ଼ା AEE ବୈକୁଣ୍ଠନାଥ ବେହେରାଙ୍କ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ୍ କରିଥିଲା। ପ୍ରଥମ ଦିନରେ ୧୩ଟି ପ୍ଲଟ୍, ୩ଟି ଫ୍ଲାଟ୍ ଓ ୨ କୋଟି ୪ ଲକ୍ଷ ଟଙ୍କା ଜବତ ହୋଇଛି। ବ୍ୟାଙ୍କର ୪ଟି ଲକର ଖୋଲାଯାଇଥିବା ବେଳେ ସୋମବାର ଆଉ ଗୋଟେ ଲକର ଖୋଲାଯିବ। ବୈକୁଣ୍ଠଙ୍କର ୫ଟି ବହୁତଳ କୋଠା ସହ ୧୩ଟି ଦାମୀ ପ୍ଲଟର ସନ୍ଧାନ ମିଳିଛି। ଭୁବନେଶ୍ବରରେ ୪ଟି ଓ ଯାଜପୁର ଧର୍ମଶାଳାରେ ଗୋଟିଏ କୋଠା ରହିଛି। ୧୩ଟି ଦାମୀ ପ୍ଲଟ୍ ମଧ୍ୟରୁ ଭୁବନେଶ୍ବରରେ ଅଛି ୭ଟି ପ୍ଲଟ୍। ଧର୍ମଶାଳାରେ ୫ଟି ଓ ଯାଜପୁରରେ ଗୋଟିଏ ପ୍ଲଟ୍ ରହିଛି। ତାଙ୍କ ଘରୁ ଆଜି ନଗଦ ୨ ଲକ୍ଷ ୬୬ ହଜାର ଟଙ୍କା ମଧ୍ୟ ଜବତ କରାଯାଇଥିଲା।

ଶନିବାର ସକାଳୁ  ଏକକାଳୀନ ଚଢ଼ାଉ ଆରମ୍ଭ କରାଯାଇଥିଲା। ଭୁବନେଶ୍ବରରେ ୪ଟି ସ୍ଥାନ ସମେତ ବାରିପଦା, ଯାଜପୁରର ଧର୍ମଶାଳା ଏବଂ ବାଲିଗୁଡା ସରକାରୀ ବାସ ଭବନରେ ମଧ୍ୟ ରେଡ କରାଯାଇଥିଲା। ଭୁବନେଶ୍ୱର ନୀଳାଦ୍ରି ବିହାରରେ ଚାରି ମହଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ତିନି ମହଲା ଘର, ପଟିଆ କାନନ ବିହାର ଫେଜ୍ -୧ରେ ଦୁଇ ମହଲା ଘର, ଏବଂ ଚନ୍ଦ୍ରଶେଖରପୁରରେ ଦୁଇ ମହଲା ବିଶିଷ୍ଟ ଘର ଠାବ କରାଯାଇଥିଲା। ଯାଜପୁର ଜିଲା ଧର୍ମଶାଳା କଲେଜ ନିକଟ ପାଣ୍ଡୁଆ ଗ୍ରାମରେ ପୈତୃକ ଜମି ଉପରେ ନିର୍ମିତ ଦୁଇ ମହଲା ଘର ଠାବ କରିଥିଲା ଭିଜିଲାନ୍ସ। ବାରିପଦା ସହରର ଦେଉଳ ସାହି, ୱାର୍ଡ ନଂ-୯ରେ ଥିବା ଜଣେ ସମ୍ପର୍କୀୟଙ୍କ ଘର, ଧର୍ମଶାଳାର ପାଣ୍ଡୁଆ ଗ୍ରାମରେ ଥିବା ଅନ୍ୟ ଜଣେ ସମ୍ପର୍କୀୟଙ୍କ ଘର, ବାଲିଗୁଡାସ୍ଥିତ ସ୍ୱତନ୍ତ୍ର ଅଧିକାରୀ, ଆଇଟିଡିଏ କାର୍ଯ୍ୟାଳୟରେ ଥିବା ବେହେରାଙ୍କ କାର୍ଯ୍ୟାଳୟ, ଆଇଟିଡିଏ କାର୍ଯ୍ୟାଳୟ ନିକଟ ବାଲିଗୁଡାରେ ଥିବା ତାଙ୍କ ସରକାରୀ ବାସଭବନରେ ରେଡ୍ କରିଥିଲା।

ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ, ଭୁବନେଶ୍ୱରଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସର ଏକ ବହୁସ୍ତରୀୟ ଟିମ୍ ତାଙ୍କ ସମ୍ପର୍କିତ ବିଭିନ୍ନ ସ୍ଥାନରେ ଏକାସଙ୍ଗରେ ଚଢ଼ାଉ କରିଥିଲା। ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର, ଏବଂ ଅନ୍ୟ ଅଧିକାରୀ ସାମିଲ ଥିଲେ। ଚଢ଼ାଉ ସମୟରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି, ବ୍ୟାଙ୍କ ଜମା, ନିବେଶ ଏବଂ ଅନ୍ୟାନ୍ୟ ଆର୍ଥିକ ଦଲିଲର ଯାଞ୍ଚ କରାଯାଇଥିଲା। ସ୍ତ୍ରୀଙ୍କ ନାଁରେ ଥିବା ଆଉ ଏକ ଲକରକୁ ଏପର୍ଯ୍ୟନ୍ତ ଭିଜିଲାନ୍ସ ବିଭାଗ ଖୋଲିନାହିଁ। ଏହା ଖୋଲାଗଲେ ଜଣାପଡ଼ିବ ଯନ୍ତ୍ରୀବାବୁଙ୍କ ପାଖରେ ଆଉ କେତେ ଟଙ୍କାର ସମ୍ପତ୍ତି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା