Masthead

ଆସୁଛି କାଳବୈଶାଖୀ ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ହେବ । ଏହି ସମୟ ମଧ୍ୟରେ ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ପାରଦ ୪୦ ଡିଗ୍ରୀ ଉପରେ ମଧ୍ୟ ରହିବ। ପୁଣି ୩୧ ତାରିଖରୁ ଗ୍ରୀଷ୍ମ ଲହରି ପ୍ରବାହିତ ହେବ । ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ । ବିଶେଷକରି ପଶ୍ଚିମ ଓଡ଼ିଶାର କିଛି ରାଜ୍ୟରେ ଖରାର ପ୍ରଖରତା ଅଧିକ ରହିବାର ସମ୍ଭାବନା ଥିବାରୁ ଅଂଶୁଘାତଜନିତ ସମସ୍ୟା ଦେଖାଦେଇପାରେ।

ତେଣୁ ୩୧ ତାରିଖ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ୍-ୱେଭ୍ ୱାର୍ଣ୍ଣିଂ ଜାରି କରିଛି । ଶନିବାର ଅପରାହ୍ନରେ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିବାରୁ ସଦ୍ଧ୍ୟାରେ ପାଗ ଥଣ୍ଡା ରହିଥିଲା । ଆସନ୍ତା ୨ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଏମିତି କାଳବୈଶାଖୀ ହେବ । ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲାରେ ଅପରାହ୍ନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ରହିବ। ଏଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ