Masthead

ଆସୁଛି କାଳବୈଶାଖୀ ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ହେବ । ଏହି ସମୟ ମଧ୍ୟରେ ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ପାରଦ ୪୦ ଡିଗ୍ରୀ ଉପରେ ମଧ୍ୟ ରହିବ। ପୁଣି ୩୧ ତାରିଖରୁ ଗ୍ରୀଷ୍ମ ଲହରି ପ୍ରବାହିତ ହେବ । ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ । ବିଶେଷକରି ପଶ୍ଚିମ ଓଡ଼ିଶାର କିଛି ରାଜ୍ୟରେ ଖରାର ପ୍ରଖରତା ଅଧିକ ରହିବାର ସମ୍ଭାବନା ଥିବାରୁ ଅଂଶୁଘାତଜନିତ ସମସ୍ୟା ଦେଖାଦେଇପାରେ।

ତେଣୁ ୩୧ ତାରିଖ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ୍-ୱେଭ୍ ୱାର୍ଣ୍ଣିଂ ଜାରି କରିଛି । ଶନିବାର ଅପରାହ୍ନରେ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିବାରୁ ସଦ୍ଧ୍ୟାରେ ପାଗ ଥଣ୍ଡା ରହିଥିଲା । ଆସନ୍ତା ୨ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଏମିତି କାଳବୈଶାଖୀ ହେବ । ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲାରେ ଅପରାହ୍ନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ରହିବ। ଏଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା